ପୁରୀ : ବଡ଼ଦାଣ୍ଡକୁ ଅବତରଣ ପରେ ମହାପ୍ରଭୁଙ୍କ ଦର୍ଶନ ସହ ମୁକ୍ତି ପାଇଁ ଚଣ୍ଡିଚାମୁଣ୍ଡା, ଅଶରୀରୀମାନେ ଘୂରି ବୁଲୁଥା’ନ୍ତି। ଏହି ଚଣ୍ଡିଚାମୁଣ୍ଡା, ଅଶରୀରୀମାନଙ୍କୁ ତୃପ୍ତ କରିବାପାଇଁ ସୋମବାର ଆଷାଢ଼ ଶୁକ୍ଳ ଦ୍ବାଦଶୀ ତିଥିରେ ରଥାରୂଢ଼ ଶ୍ରୀବିଗ୍ରହଙ୍କ ସମ୍ମୁଖରେ ରଥ ଉପରେ ଅଧରପଣା ପୂଜା ନୀତି ସମ୍ପନ୍ନ ହେବ। ଚତୁର୍ଦ୍ଧାମୂର୍ତ୍ତିଙ୍କଠାରେ ଏହି ପଣା ଲାଗି ହେବାପରେ ରଥ ଉପରେ ଅଧରପଣା ହାଣ୍ଡିକୁ ଭାଙ୍ଗି ଚଣ୍ଡିଚାମୁଣ୍ଡା, ଅଶରୀରୀମାନଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରାଯିବ। ତିନି ଠାକୁରଙ୍କଠାରେ ୯ଟି ମାଟି ହାଣ୍ଡିରେ ଅଧରପଣା ଲାଗି ହେବ। ଏଥିପାଇଁ ସ୍ବତନ୍ତ୍ର ଅଧରହାଣ୍ଡି ପ୍ରସ୍ତୁତ ହୋଇଥିବାବେଳେ ସୋମବାର ଶ୍ରୀଜିଉଙ୍କ ଅଧରଉଚ୍ଚର ତିନି ଅଧରପଣା ହାଣ୍ଡି ରଥପାଖକୁ ବିଜେ କରିବ। ସେପଟେ ଆଜି ହରିଶୟନ ନୀତି ପରେ ସୋମବାର ଗରୁଡ଼ଶୟନ ନୀତି ବି ଅନୁଷ୍ଠିତ ହେବ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ନୀତି ଚୂଡ଼ାନ୍ତ ହୋଇଛି।
ଆଜି ରଥ ଉପରେ ଅଧରପଣା ନୀତି
/sambad/media/post_attachments/wp-content/uploads/2022/07/adharapana-niti.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)