ଆଦିତ୍ୟ ଦାଶ ମୃତ୍ୟୁ ମାମଲା: ଦାଖଲ ହୋଇ ପାରିଲାନି ତଦନ୍ତର ଷ୍ଟାଟସ୍ ରିପୋର୍ଟ

Advertisment

ହାଇକୋର୍ଟ କ୍ଷୁବ୍ଧ, ୧୧ରେ ପରବର୍ତ୍ତୀ ଶୁଣାଣି

ହାଇକୋର୍ଟ କ୍ଷୁବ୍ଧ, ୧୧ରେ ପରବର୍ତ୍ତୀ ଶୁଣାଣି

ଆଦିତ୍ୟ ଦାଶ ମୃତ୍ୟୁ ମାମଲା: ସିବିଆଇ ତଦନ୍ତ ପାଇଁ ହାଇକୋର୍ଟରେ ଶୁଣାଣି

CMS-New Indian Express

କଟକ: ସାମାଜିକ କର୍ମୀ ମାନବପ୍ରେମୀ ଆଦିତ୍ୟ ଦାସଙ୍କ ମୃତ୍ୟୁ ଘଟଣାରେ ତଦନ୍ତର ଷ୍ଟାଟସ୍ ରିପୋର୍ଟ ଆଜି ଦାଖଲ ହୋଇ ପାରିନାହିଁ। ଆଜି ସୁଦ୍ଧା ରିପୋର୍ଟ ଦାଖଲ ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ ବି ପୁଣି ସମୟ ଲୋଡ଼ା ଯିବାରୁ ହାଇକୋର୍ଟ ଏହାକୁ ନେଇ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। କିନ୍ତୁ ସରକାରଙ୍କ ଅନୁରୋଧକ୍ରମେ ମାମଲାର ପରବର୍ତ୍ତୀ ଶୁଣାଣି ନଭେମ୍ବର ୧୧କୁ ଧାର୍ଯ୍ୟ କରାଯାଇଛି। ମାମଲା‌ର ପରବର୍ତ୍ତୀ ଶୁଣାଣି ସମୟରେ ତଦନ୍ତର ସାନି ସ୍ଥିତି ସଂକ୍ରାନ୍ତରେ ଅବଗତ କରିବାକୁ ସରକାରଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ ବିଶ୍ୱଜିତ୍ ମହାନ୍ତିଙ୍କୁ ନେଇ ଗଠିତ ଖଣ୍ଡପୀଠ ଆଦିତ୍ୟଙ୍କ ମା’ ପଦ୍ମାଳୟା ଦାସ, ବାପା ନନ୍ଦକିଶୋର ଦାସ ଓ ପତ୍ନୀ ବିଦ୍ୟାଶ୍ରୀ ଶିଶୁଙ୍କ ପକ୍ଷରୁ ସିବିଆଇ ତଦନ୍ତ ପ୍ରାର୍ଥନା କରି ଦାୟର ଆବେଦନର ଶୁଣାଣି କରି ଏପରି ନିର୍ଦ୍ଦେଶ ଦେଇଛନ୍ତି।

ଆଦିତ୍ୟଙ୍କ ମୃତ୍ୟୁ ଘଟଣାର ସିବିଆଇ ତଦନ୍ତ ପାଇଁ ପରିବାର ପକ୍ଷରୁ ମାମଲା ଦାୟର୍‌ କରାଯାଇଛି। ଏଥିରେ ଦର୍ଶାଯାଇଛି ଯେ, ଏ ପର୍ଯ୍ୟନ୍ତ ଆଦିତ୍ୟଙ୍କ ମୃତ୍ୟୁ ମାମଲାର ତଦନ୍ତ ସନ୍ତୋଷଜନକ ନୁହେଁ। ପରିବାର ଲୋକଙ୍କ ବାରମ୍ବାର ଅଭିଯୋଗ ପରେ ମଧ୍ୟ ଏହି ଘଟଣାର ଠିକ୍ ଭାବେ ତଦନ୍ତ କରାଯାଉନାହିଁ। ଆଦିତ୍ୟଙ୍କ ମୃତ୍ୟୁର କାରଣ ତଦନ୍ତକାରୀ ସଂସ୍ଥା ଜାଣିପାରିନାହିଁ। ଏହି ଘଟଣାରେ ଅପରାଧୀଙ୍କ ଗିରଫଦାରୀ, ସତ୍ୟ ଉନ୍ମୋଚନ ଓ ମୃତ୍ୟୁ ରହସ୍ୟ ଖୋଲିବା ଦିଗରେ କିଛି ଠୋସ୍ ପଦକ୍ଷେପ ଗ୍ରହଣ କରାଯାଉନାହିଁ। ଆଦିତ୍ୟଙ୍କ ମୃତ୍ୟୁ ଘଟଣାର ସିବିଆଇ ତଦନ୍ତ କରାଯାଉ ବା ରାଜ୍ୟ ସରକାରଙ୍କ ଅଧୀନରେ ନଥିବା କୌଣସି ସ୍ବାଧୀନ ଏଜେନ୍ସିକୁ ତଦନ୍ତ ଦାୟିତ୍ବ ଦିଆଯାଉ ବୋଲି  ଆବେଦନକାରୀଙ୍କ ପକ୍ଷରୁ ଦର୍ଶାଯାଇଛି। ମାମଲାରେ ରାଜ୍ୟ ଗୃହ ସଚିବ, ଜିଆରପି ଏସପି, ସିବିଆଇ ଓ କ୍ରାଇମବ୍ରାଞ୍ଚକୁ ପକ୍ଷଭୁକ୍ତ କରାଯାଇଛି। ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ବ୍ୟୋମକେଶ ତ୍ରିପାଠୀ ମାମଲା ପରିଚାଳନା କରୁଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe