ହୀରାକୁଦ ଜଳଭଣ୍ଡାରରୁ ପୁଣି ବନ୍ଦ ହେଲା ୪ଟି ଗେଟ୍‌, ୨୮ଟି ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସନ ଜାରି

ସମ୍ବଲପୁର: ଉପରମୁଣ୍ଡରୁ ଜଳପ୍ରବେଶ ପୂର୍ବ ତୁଳନାରେ ହ୍ରାସ ପାଇଥିବାରୁ ହୀରାକୁଦ ଜଳଭଣ୍ଡାରରୁ ଗୁରୁବାର ସନ୍ଧ୍ୟାରେ ପୁଣି ୪ଟି ଗେଟ୍‌ ବନ୍ଦ କରି ଦିଆଯାଇଛି। ଆଜି ପର୍ଯ୍ୟାୟ କ୍ରମେ ହୀରାକୁଦ ଜଳଭଣ୍ଡାରରୁ ମୋଟ ୧୨ଟି ଗେଟ୍‌ ବନ୍ଦ କରି ଦିଆଯାଇଛି। ଜଳଭଣ୍ଡାରରୁ ଏହି ୪ଟି ଗେଟ୍‌ ବନ୍ଦ କରିଦିଆଯିବା ପରେ ଏବେ ୨୮ଟି ଗେଟ୍‌ ଦେଇ ଜଳ ନିଷ୍କାସନ ଜାରି ରହିଛି। ଏଥିରେ ବାମ ପାର୍ଶ୍ବରୁ ୨୦ଟି ଥିବା ବେଳେ ଦକ୍ଷିଣ ପାର୍ଶ୍ବରୁ ୮ଟି ରହିଛି। ହୀରାକୁଦ ଜଳଭଣ୍ଡାରର କଣ୍ଟ୍ରୋଲ ରୁମ୍‌ ପକ୍ଷରୁ ଏହି ସୂଚନା ଦିଆଯାଇଛି। ତେବେ ଆଶା କରାଯାଉଛି ଯେ, ଆଗାମୀ ସମୟରେ ହୀରାକୁଦ ଜଳଭଣ୍ଡାରରୁ ଆହୁରି ଗେଟ୍‌ ବନ୍ଦ କରି ଦିଆଯାଇପାରେ। ପର୍ଯ୍ୟାୟ କ୍ରମେ ଡ୍ୟାମ୍‌ରୁ ଗେଟ୍‌ଗୁଡ଼ିକ ଖୋଲି ଦିଆଯିବା ପରେ ମହାନଦୀରେ ବନ୍ୟାଜଳ ହ୍ରାସ ପାଇବ, ଯାହାକୁ ତଳିଆ ଅଞ୍ଚଳର ଲୋକଙ୍କୁ ଆଶ୍ବସ୍ତି ପ୍ରଦାନ କରିବ।

ସୂଚନା ଅନୁସାରେ ଏବେ ହୀରାକୁଦ ଜଳଭଣ୍ଡାରକୁ ସେକେଣ୍ଡ ପିଛା ୩,୯୫,୮୪୦ କ୍ୟୁସେକ ଜଳ ପ୍ରବେଶ କରୁଛି। ଅପରପକ୍ଷେ ୪,୮୧,୪୯୭ କୁସେକ ଜଳ ନିଷ୍କାସନ କରାଯାଉଛି। ସ୍ପିଲୱେରେ ୬,୪୬,୫୪୪ କ୍ୟୁସେକ, ପାୱାର ଚେନାଲ ମାଧ୍ୟୟମରେ ୩୨,୨୧୪, ଚାଷ ପାଇଁ ୨୪୮୭ କ୍ୟୁସେକ ଜଳ ନିଷ୍କାସନ ହେଉଛି। ବିଏମସି ପାଇଁ ୨୨୦୦ କ୍ୟୁସେକ, ଏସଏମସି ପାଇଁ ୨୦୦ କ୍ୟୁସେକ, ଏସ୍‌ବିପି ପାଇଁ ୮୭ ଓ ଶିଳ୍ପ ପାଇଁ ୨୫୨କ୍ୟୁସେକ ଜଳ ନିଷ୍କାସନ ଜାରି ରହିଛି।

ହୀରାକୁଦ ଜଳ ଭଣ୍ଡାରରେ ଗୁରୁବାର ସନ୍ଧ୍ୟା ୬ଟାରେ ୬୨୩.୬୦ ଫୁଟ ଜଳସ୍ତର ରହିଛି। ୨୮ଟି ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସିତ ହେବା ଦ୍ବାରା ମହାନଦୀର ଜଳସ୍ତର ପୂର୍ବାପେକ୍ଷା କମୁଛି । ସନ୍ଧ୍ୟା ୬ଟା ସୁଦ୍ଧା ପର୍ଥଲା ଦେଇ ୮୧ ହଜାର ୪୭ କ୍ୟୁସେକ, ଖଇରମାଳ ଦେଇ ୮ ଲକ୍ଷ ୫୦ ହଜାର କ୍ୟୁସେକ ଜଳ ନିଷ୍କାସିତ ହୋଇଥିବା ବେଳେ ବରମୂଳ ଦେଇ ୮ ଲକ୍ଷ ୬୨ ହଜାର ୫୦୦କ୍ୟୁସେକ ଜଳ ପ୍ରବାହିତ ହେଉଛି। ସେହିପରି କଟକ ମୁଣ୍ଡଳି ଦେଇ ମହାନଦୀରେ ୧୦ ଲକ୍ଷ ୨ ହଜାର ୮୨୩ କ୍ୟୁସେକ ଜଳ ନିଷ୍କାସନ ହେଉଛି।

ଅନ୍ୟପଟରେ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ରଟି ଆଜି ସ୍ପଷ୍ଟ ଚିହ୍ନିତ ଲଘୁଚାପ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ଆସନ୍ତାକାଲି ସକାଳେ ଏହା ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ଆଜିଠୁ ଉପକୂଳ ଓଡ଼ିଶାରେ ବର୍ଷା ଆରମ୍ଭ ହୋଇଯିବ। ଆଜି ବେଶି ବର୍ଷା ହେବନି କିନ୍ତୁ ଅଗଷ୍ଟ ୧୯ ଓ ୨୦ରେ ବେଶି ବର୍ଷିବ ବୋଲି ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି। 

ସମ୍ବନ୍ଧିତ ଖବର