ପାଣି ପାଇଁ ଉପଜିଲ୍ଲାପାଳ କାର୍ଯ୍ୟାଳୟ ଘେରିଲେ

Advertisment
ପାଣି ପାଇଁ ଉପଜିଲ୍ଲାପାଳ କାର୍ଯ୍ୟାଳୟ ଘେରିଲେ

ଆନନ୍ଦପୁର: ଆନନ୍ଦପୁର ପୌରାଞ୍ଚଳ ୪ ନମ୍ବର ୱାର୍ଡ ନନ୍ଦିସାହିରେ ପାନୀୟଜଳ ସମସ୍ୟା ଉତ୍କଟ ହୋଇଛି। ଦୁଇମାସ ହେ‌ଲା ଆଦୌ ପାଣି ଆସୁନଥିବାରୁ ଲୋକେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଗ୍ରୀଷ୍ମପ୍ରବାହ ଆରମ୍ଭ ହୋଇଥିବା ବେଳେ ଜଳକଷ୍ଟକୁ ନେଇ ସାଧାରଣରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ପାଣି ପାଇଁ ସାହିର ମହିଳାମାନେ ଆଜି ଆନନ୍ଦପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରିଛନ୍ତି।

ପୌରାଞ୍ଚଳବାସୀଙ୍କୁ ସ୍ବଚ୍ଛ ପାନୀୟଜଳ ଯୋଗାଣ ପାଇଁ ସରକାର ଯୋଜନା କରିଥିଲେ ମଧ୍ୟ ଲୋକେ ପାଣି ପାଉନଥିବା ମହିଳାମାନେ ଅଭିଯୋଗ କରିଛନ୍ତି। ଶେଷରେ ମହିଳାମାନେ ଉପଜିଲ୍ଲାପାଳ ଅନିଲ କୁମାର ସେଠୀଙ୍କୁ ‌ଭେଟି ସମସ୍ୟା ସମ୍ପର୍କରେ ଅବଗତ କରିଛନ୍ତି। ଖୁବଶୀଘ୍ର ଏ ଦିଗରେ ପଦକ୍ଷେପ ଗ୍ରହଣ କରାଯିବ ବୋଲି ଉପଜିଲ୍ଲାପାଳ ପ୍ରତିଶ୍ରୁତି ଦେଇଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe