ସ୍ୱଳ୍ପ ଦୂରଗାମୀ ବାଲିଷ୍ଟିକ୍‌ କ୍ଷେପଣାସ୍ତ୍ର ‘ଅଗ୍ନି-୧’ର ପ୍ରଶିକ୍ଷଣ ଉତ୍‌କ୍ଷେପଣ ସଫଳ

ବାଲେଶ୍ବର: ଓଡ଼ିଶା ଉପକୂଳ ଏପିଜେ ଅବଦୁଲ କଲାମ ଦ୍ୱୀପରୁ ଆଜି ସ୍ୱଳ୍ପ ଦୂରଗାମୀ ବାଲିଷ୍ଟିକ୍‌ କ୍ଷେପଣାସ୍ତ୍ର ‘ଅଗ୍ନି-୧’ର ପ୍ରଶିକ୍ଷଣ ଉତ୍‌କ୍ଷେପଣ ସଫଳ ହୋଇଛି। ଭଦ୍ରକ ଜିଲ୍ଲା ଧାମରାସ୍ଥିତ ଏପିଜେ ଅବଦୁଲ କଲାମ ଦ୍ୱୀପରୁ ଆଜି ସ୍ୱଳ୍ପ ଦୂରଗାମୀ ବାଲିଷ୍ଟିକ୍‌ କ୍ଷେପଣାସ୍ତ୍ର ‘ଅଗ୍ନି-୧’ର ପ୍ରଶିକ୍ଷଣ ଉତ୍‌କ୍ଷେପଣ ସଫଳ ହୋଇଛି। ଏହା ଏକ ପରୀକ୍ଷିତ ଅତ୍ୟନ୍ତ ନିର୍ଦ୍ଦିଷ୍ଟ କ୍ଷେପଣାସ୍ତ୍ର ପ୍ରଣାଳୀ। ‘ଅଗ୍ନି-୧’ର ଲକ୍ଷ୍ୟଭେଦ କ୍ଷମତା ୧ ହଜାରରୁ ୨ ହଜାର କିଲୋମିଟର ରହିଛି। ଏଥିରେ ୧ ହଜାର କିଲୋଗ୍ରାମ ପର୍ଯ୍ୟନ୍ତ ଆଣବିକ ଯୁଦ୍ଧାସ୍ତ୍ର ବ୍ୟବହାର କରାଯାଇପାରିବ। ଷ୍ଟ୍ରାଟେଜିକ୍‌ ଫୋର୍ସେସ୍‌ କମାଣ୍ଡ ଅଧୀନରେ ବ୍ୟବହାରକାରୀ ପ୍ରଶିକ୍ଷଣ ଉତ୍‌କ୍ଷେପଣ ସଫଳତାର ସହିତ ସମସ୍ତ ପରିଚାଳନାଗତ ଏବଂ ବୈଷୟିକ ମାପଦଣ୍ଡକୁ ପ୍ରମାଣିତ କରିଥିଲା।

ସମ୍ବନ୍ଧିତ ଖବର