ଲକ୍‌ଡାଉନରୁ ବାଦ୍ ପଡ଼ିଲା କୃଷି, ଆନୁଷଙ୍ଗିକ କାର୍ଯ୍ୟ

Advertisment
ଫସଲର ବୀମା କରିବାକୁ ଚାଷୀଙ୍କୁ ସଚେତନ କରାଅ: ମୁଖ୍ୟ ସଚିବ

thebetterindia.com

ଭୁବନେଶ୍ବର : କେନ୍ଦ୍ର ସରକାର ଆଜି ଏକ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇ କରୋନା ପାଇଁ ହୋଇଥିବା ଲକଡାଉନ୍ କଟକଣାରୁ କୃଷି ଓ ଆନୁଷଙ୍ଗିକ ଶିଳ୍ପକୁ ବାଦ୍ ଦେଇଛନ୍ତି। କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ଆଜି ଏ ସଂକ୍ରାନ୍ତରେ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହାଫଳରେ ଫସଲ କାଟିବାରେ କୌଣସି ବାଧା ଉତ୍ପନ୍ନ ହେବ ନାହିଁ।

ଲକ୍‌ଡାଉନ କାରଣରୁ କୃଷକମାନଙ୍କ ପାଇଁ ଫସଲ ଏବଂ ଉତ୍ପାଦିତ ଫସଲ ମଣ୍ଡିରେ ପହଁଚାଇବା କ୍ଷେତ୍ରରେ ବାଧା ସୃଷ୍ଟି ହେବ ବୋଲି ଆଶଙ୍କା ପ୍ରକାଶ ପାଇଥିଲା। ଏ ସମ୍ପର୍କରେ କେନ୍ଦ୍ର ସରକାର ତୁରନ୍ତ ନିଷ୍ପତ୍ତି ନେବା ଲାଗି ବିଭିନ୍ନ କୃଷକ ସଂଗଠନ ଦାବି କରିଥିଲେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନିର୍ଦ୍ଦେଶ ମୁତାବକ କେନ୍ଦ୍ର ସରକାର ଏଭଳି ଘୋଷଣା କରିଥିବା କୁହାଯାଉଛି। ଏହାପରେ କୃଷକ ଏବଂ କୃଷି ସମ୍ବନ୍ଧୀୟ କାର୍ଯ୍ୟକଳାପରେ ସଂପୃକ୍ତ ଲୋକଙ୍କ ହିତକୁ ଦୃଷ୍ଟିରେ ରଖି ବ୍ୟାବହାରିକ ନିଷ୍ପତ୍ତି ନିଆଯାଇଛି। ବିପର୍ଯ୍ୟୟ ପରିଚାଳନା ଆଇନ ଅନ୍ତର୍ଗତ କୃଷି ଓ ଆନୁଷଙ୍ଗିକ ସାମଗ୍ରୀ, ସେବା ଓ କାର୍ଯ୍ୟକଳାପକୁ ଲକ୍‌ଡାଉନରୁ ବାଦ ଦିଆଯାଇ ଏଗୁଡ଼ିକୁ ଅତିରିକ୍ତ ଶ୍ରେଣୀରେ ରଖାଯାଇଛି।

ଗୃହ ମନ୍ତ୍ରଣାଳୟର ନିର୍ଦେଶନାମା ଅନୁସାରେ କୃଷି ଉତ୍ପାଦ କ୍ରୟ ସଂସ୍ଥା ଏବଂ ସର୍ବନିମ୍ନ ସହାୟକ ମୂଲ୍ୟ ସମ୍ବନ୍ଧୀୟ କାର୍ଯ୍ୟ, କୃଷି ଉତ୍ପାଦ ବଜାର କମିଟି ଏବଂ ରାଜ୍ୟ ସରକାରଙ୍କ ଦ୍ୱାରା ପରିଚାଳିତ ମଣ୍ଡି, ସାର ଦୋକାନ, କୃଷକ ଏବଂ କୃଷି ଶ୍ରମିକଙ୍କ ଦ୍ୱାରା ଚାଷ କାମ, ସାର, କୀଟନାଶକ ଏବଂ ବିହନ ଉତ୍ପାଦନ ଏବଂ ପ୍ୟାକେଜିଂ ସଂସ୍ଥା ଓ ସର୍ବୋପରି ଫସଲ କାଟିବା ଏବଂ ବୁଣିବା ସମ୍ବନ୍ଧୀୟ କାର୍ଯ୍ୟ ଓ ବଗିଚାରେ ଲାଗୁଥିବା ଯନ୍ତ୍ରପାତିଗୁଡ଼ିକର ଆନ୍ତଃରାଜ୍ୟ ପରିବହନକୁ ଛାଡ଼ କରାଯାଇଛି। ଏହାଫଳରେ ଲକ୍‌ଡାଉନ ସମୟରେ ଦେଶବାସୀଙ୍କୁ ନିରନ୍ତର ଖାଦ୍ୟଶସ୍ୟ ଉପଲବ୍ଧ କରିବା ସମ୍ଭବ ହୋଇପାରିବ। ଏହି ଆଦେଶକୁ କଡ଼ାକଡ଼ି ଭାବେ ପାଳନ କରିବା ଲାଗି ଭାରତ ସରକାରଙ୍କ ବିଭିନ୍ନ ମନ୍ତ୍ରଣାଳୟ, ବିଭାଗ, ରାଜ୍ୟ ଓ କେନ୍ଦ୍ର ଶାସିତ ପ୍ରଦେଶର କ୍ଷମତାପ୍ରାପ୍ତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe