ରାଜ୍ୟରେ ମଦ ନିଷେଧ ପ୍ରସଂଗ : ରାଜ୍ୟ ସରକାରଙ୍କ ନିକଟରୁ ସ୍ପଷ୍ଟୀକରଣ ଲୋଡ଼ିଲେ ହାଇକୋର୍ଟ

Advertisment
ନିଶାନିବାରଣ କେନ୍ଦ୍ରରେ ଅବ୍ୟବସ୍ଥା ପ୍ରସଂଗ: ୯ ପ୍ରଭାବିତ ଜିଲ୍ଲାରେ କି ପଦକ୍ଷେପ ଗ୍ରହଣ କରାଯାଇଛି?

କଟକ : ମଦ ନିଷେଧ ପ୍ରସଂଗରେ ରାଜ୍ୟ ସରକାରଙ୍କ ନିକଟରୁ ହାଇକୋର୍ଟ ସ୍ପଷ୍ଟୀକରଣ ଲୋଡ଼ିଛନ୍ତି। ମୁଖ୍ୟ ବିଚାରପତି ଡକ୍ଟର ଜଷ୍ଟିସ ଏସ.ମୁରଲୀଧର ଓ ଜ‌ଷ୍ଟିସ୍ ବି.ପି.ରାଉତରାୟଙ୍କୁ ନେଇ ଗଠିତ ଖଣ୍ଡପୀଠ ମଦ ନିଷେଧ ପ୍ରସଂଗରେ ପରବର୍ତ୍ତୀ ଶୁଣାଣି ସମୟ‌େର ପକ୍ଷ ରଖିବାକୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ମାମଲାର ପରବର୍ତ୍ତୀ ଶୁଣାଣି ଜୁନ୍ ୨୨କୁ ଧାର୍ଯ୍ୟ କରାଯାଇଛି।

ମାମଲାର ବିବରଣୀରୁ ପ୍ରକାଶ ଯେ ସାରାରାଜ୍ୟରେ ସମସ୍ତ ପ୍ରକାର ମଦ ନିଷେଧ କରାଯାଉ ବୋଲି ଦର୍ଶାଇ ଆଇନଜୀବୀ ଅରୁଣ କୁମାର ବୁଦ୍ଧିଆ ଜନସ୍ବାର୍ଥ ମାମଲା ରୁଜୁ କରିଥିଲେ। ରାଜ୍ୟ ସରକାରଙ୍କ ପକ୍ଷରୁ ଦାଖଲ ଜବାବରେ ଉଲ୍ଲେଖ କରାଯାଇଥିଲା ଯେ ବେଆଇନ ମଦ ତିଆରି ଓ ବିକ୍ରିକୁ ନିୟନ୍ତ୍ରଣ ପାଇଁ ପଦକ୍ଷେପ ଗ୍ରହଣ କରାଯାଉଛି। ଅନ୍ୟପକ୍ଷରେ ଆବେଦନକାରୀଙ୍କ ପକ୍ଷରୁ ଆଜି ଦର୍ଶାଯାଇଥିଲା ଯେ ଓଡ଼ିଶା ପ୍ରୋହିବିସନ୍ ଆକ୍ଟ, ୧୯୫୬ ଅନୁସାରେ ସାରା ରାଜ୍ୟରେ ମଦ ସଂପୂର୍ଣ୍ଣ ଭାବେ ନିଷେଧ କରାଯିବା କଥା। ଏହି ଆଇନ ଏବେ ମଧ୍ୟ ବଳବତ୍ତର ଥିବା ବେଳେ ନିୟମ ଅନୁସାରେ ରାଜ୍ୟରେ ସବୁ ପ୍ରକାର ମଦ ଉତ୍ପାଦନ ଓ ବିକ୍ରି ଉପରେ କଟକଣା ଜାରି କରାଯିବା କଥା। କିନ୍ତୁ ଏହି ଆଇନ ପାଳନ କରାଯାଉନାହିଁ। ଏହାପରେ ଖଣ୍ଡପୀଠ ଏହି ପ୍ରସଂଗରେ ରାଜ୍ୟ ସରକାରଙ୍କ ନିକଟରୁ ଜବାବ ତଲବ କରିଥିଲେ। ରାଜ୍ୟ ସରକାରଙ୍କ ପାଇଁ ଏଥିପାଇଁ ଅଧିକ ସମୟ ଲୋଡ଼ା ଯାଇଥିଲା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe