ସାରା ଓଡ଼ିଶାରେ ଆଲର୍ଟ ଜାରି: ଆଜି ଅବପାତର ରୂପ ନେବ ଲଘୁଚାପ, ଦକ୍ଷିଣ ଓଡ଼ିଶା‌ରେ ପ୍ରବଳ ବର୍ଷା

ଗତକାଲି ରାତିରେ ପୂର୍ବ-କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତରପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆଜି ଅଧିକ ଘନୀଭୂତ ହୋଇ ସକାଳୁ ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହୋଇଥିଲା। ଏହାର ପ୍ରଭାବରେ ଆଜି ରାଜ୍ୟରେ ପ୍ରବଳ ବର୍ଷା ହୋଇଛି।

rain

ଭୁବନେଶ୍ବର: ଗତକାଲି ରାତିରେ ପୂର୍ବ-କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତରପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆଜି ଅଧିକ ଘନୀଭୂତ ହୋଇ ସକାଳୁ ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହୋଇଥିଲା। ଏହାର ପ୍ରଭାବରେ ଆଜି ରାଜ୍ୟରେ ପ୍ରବଳ ବର୍ଷା ହୋଇଛି। କୋରାପୁଟ, ମାଲକାନଗିରିକଳାହାଣ୍ଡି ଜିଲ୍ଲାରେ ଅତିପ୍ରବଳ ବର୍ଷା ହୋଇ ଯାଇଥିବା ବେଳେ ଦକ୍ଷିଣ, ସଂଲଗ୍ନ ପଶ୍ଚିମ ଓ ଉପକୂଳରେ ପ୍ରବଳ ବର୍ଷା ହୋଇଛି। ଆସନ୍ତାକାଲି ମଧ୍ୟ ରାଜ୍ୟରେ ପ୍ରବଳ ବର୍ଷିବ। ବିଶେଷ କରି ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପା‌ଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। 

ଆସନ୍ତାକାଲି ସକାଳ ସୁଦ୍ଧା ସ୍ପଷ୍ଟଚିହ୍ନିତ ଲଘୁଚାପ ଅଧିକ ଘନୀଭୂତ ହୋଇ ଦକ୍ଷିଣ ଓଡ଼ିଶା, ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳର ‌ଉତ୍ତର-ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଅବପାତର ରୂପ ନେବ। ଅବପାତଟି ଶନିବାର ଦକ୍ଷିଣ ଓଡ଼ିଶା ଓ ଉତ୍ତର ବଙ୍ଗୋପସାଗର ଉପକୂଳ ଅତିକ୍ରମ କରିବ। ଏହାର ପ୍ରଭାବରେ ଶନିବାର ନବରଙ୍ଗପୁରରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମ, କଳାହାଣ୍ଡି ଓ ନୂଆପଡ଼ାରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଉପକୂଳରେ ବି ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ ବୋଲି କୁହାଯାଇଛି। ୨୮ ତାରିଖ ଦିନ ଉପକୂଳ ଓ ସଂଲଗ୍ନ ଦକ୍ଷିଣ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe