ଭୁବନେଶ୍ବର: ନବଗଠିତ ୨ଟି ମ୍ୟୁନିସିପାଲିଟି, ୮ଟି ବିଜ୍ଞାପିତ ଅଞ୍ଚଳ ପରିଷଦର ଜନସାଧାରଣ ଓ ୪ଟି ସଂଗଠନର କର୍ମକର୍ତ୍ତାମାନେ ନବୀନ ନିବାସଠାରେ ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନଙ୍କୁ ଭେଟି ଧନ୍ୟବାଦ ଦେବା ସହ ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ପାଇଁ କୃତଜ୍ଞତା ପ୍ରକାଶ କରିଛନ୍ତି। ୫-ଟି ଅଧ୍ୟକ୍ଷ ସେମାନଙ୍କୁ ଧନ୍ୟବାଦ ଦେଇ କହିଥିଲେ ଯେ ମୁଖ୍ୟମନ୍ତ୍ରୀ ଓଡ଼ିଶାର ବିକାଶ ପାଇଁ ଦିନରାତି କାମ କରୁଛନ୍ତି। ସମସ୍ତଙ୍କୁ ସେ ନିଜ ପରିବାରର ସଦସ୍ୟ ବୋଲି ଭାବନ୍ତି। ସମସ୍ତେ ମିଳିମିଶି ମୁଖ୍ୟମନ୍ତ୍ରୀଙ୍କ ସ୍ୱପ୍ନର ନୂଆ ଓଡ଼ିଶା ଗଠନ ପାଇଁ କାମ କରିବାକୁ ସେ ପରାମର୍ଶ ଦେଇଥିଲେ।
ସୂଚନାଯୋଗ୍ୟ, ଗତ ୨୪ ତାରିଖରେ ମୁଖ୍ୟମନ୍ତ୍ରୀ ରାଜ୍ୟରେ ୩୫ଟି ନୂଆ ବିଜ୍ଞାପିତ ଅଞ୍ଚଳ ପରିଷଦ ଗଠନ ଓ ୩ଟି ବିଜ୍ଞାପିତ ଅଞ୍ଚଳ ପରିଷଦକୁ ମ୍ୟୁନିସିପାଲିଟି ଭାବେ ଉନ୍ନୀତ କରିବା ନେଇ ଘୋଷଣା କରିଥିଲେ। ସେହିପରି କୃଷକସାଥୀ ସଂଘ, ଓମଫେଡ୍ ରିଟେଲର ସଂଘ, ନିଖିଳ ଓଡ଼ିଶା ଲେଫ୍ଟ୍ ଆଉଟ ଗଣଶିକ୍ଷକ ମହାସଂଘ ଏବଂ ଓଡ଼ିଶା ପ୍ରଦେଶ ଲକ୍ଷେ ଘର ଦଳିତ ଜାତି ସମାଜ ମହାସଂଘର କର୍ମକର୍ତ୍ତାମାନେ ମଧ୍ୟ ୫-ଟି ଅଧ୍ୟକ୍ଷଙ୍କୁ ଭେଟି କୃତଜ୍ଞତା ଜଣାଇବା ସହିତ ଧନ୍ୟବାଦ ଅର୍ପଣ କରିଥିଲେ।
ସୂଚନାଯୋଗ୍ୟ ଯେ ନବ ଗଠିତ ବୌଦ୍ଧଗଡ଼ ମ୍ୟୁନିସିପାଲିଟି, କରଞ୍ଜିଆ ମ୍ୟୁନିସିପାଲିଟି, ବେତନଟି, ପାଣିକୋଇଲି, ଜାରକା, ବସ୍ତା, ସିମୁଳିଆ, କଣ୍ଟାମାଳ, ଶେରଗଡ଼ ଓ ରାଇକିଆ ବିଜ୍ଞାପିତ ଅଞ୍ଚଳ ପରିଷଦର ଜନସାଧାରଣଙ୍କ ସହିତ ମନ୍ତ୍ରୀ ପ୍ରଦୀପ କୁମାର ଅମାତ, ବିଧାୟକ ଅଶୋକ କୁମାର ବଳ, ପ୍ରଣବ ବଳବନ୍ତରାୟ, ଜ୍ୟୋତିପ୍ରକାଶ ପାଣିଗ୍ରାହୀ, ମହିଧର ରଣାଙ୍କ ସମେତ ପୂର୍ବତନ ସାଂସଦ ରବୀନ୍ଦ୍ର ଜେନା, ବିହନ ନିଗମ ଅଧ୍ୟକ୍ଷ ବିଜୟ ନାୟକ ଏବଂ ଅନ୍ୟ ନେତୃବୃନ୍ଦ ଆଜି ନବୀନ ନିବାସଠାରେ ୫-ଟି ଅଧ୍ୟକ୍ଷଙ୍କୁ ଭେଟିଥିଲେ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2023/06/Rgda-Pandian-programme-8.jpg)