ମାର୍ଚ୍ଚ ୨୮ ଓ ୨୯ରେ ଭାରତ ବନ୍ଦ: ଉତ୍କଳ ବିଶ୍ୱବିଦ୍ୟାଳୟ ଅଧୀନରେ ହେବାକୁ ଥିବା ସମସ୍ତ ପରୀକ୍ଷା ବାତିଲ

Advertisment
ଉତ୍କଳ ବିଶ୍ବବିଦ୍ୟାଳୟ ନାକ୍‌ ମାନ୍ୟତା ଖସିଲା: ‘ଏ’ ଗ୍ରେଡ୍‌ରେ ସନ୍ତୁଷ୍ଟ

utkal university

ଭୁବନେଶ୍ବର: ଆସନ୍ତାକାଲିଠାରୁ ଦୁଇ ଦିନ ଲାଗି ଟ୍ରେଡ଼ ୟୁନିୟନ ଷ୍ଟ୍ରାଇକ କାରଣରୁ ଉତ୍କଳ ବିଶ୍ୱବିଦ୍ୟାଳୟ ଅଧୀନରେ ହେବାକୁ ଥିବା ସମସ୍ତ ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି | ପରବର୍ତ୍ତୀ  ସମୟରେ ନୂତନ ତାରିଖ ଘୋଷଣା କରାଯିବ | ଉତ୍କଳ ବିଶ୍ୱବିଦ୍ୟାଳୟ କୁଳପତିଙ୍କ ଅନୁମୋଦନ କ୍ରମେ ଏହି ନିଷ୍ପତ୍ତି ନିଆଯାଇଥିବା ସୂଚନା ଦେଇଛନ୍ତି ଉତ୍କଳ ବିଶ୍ୱବିଦ୍ୟାଳୟର ପରୀକ୍ଷା ନିୟନ୍ତ୍ରକ ଶରତ ମାଝୀ। ସେହିପରି ରମାଦେବୀ ମହିଳା ବିଶ୍ବବିଦ୍ୟାଳୟର ପରୀକ୍ଷା ମଧ୍ୟ ବାତିଲ ହୋଇଛି। ପରୀକ୍ଷା ନିୟନ୍ତ୍ରକ ଏହି ସୂଚନା ଦେଇଛନ୍ତି।

କେନ୍ଦ୍ର ସରକାରଙ୍କ ଦ୍ବାରା କୃଷକ, ଶ୍ରମିକ ଓ ସାଧାରଣ ଜନତା ଅ‌ବହେଳା କରାଯାଉଥିବା ଦାବି ନେଇ କେନ୍ଦ୍ରୀୟ ଟ୍ରେଡ୍ ୟୁନିୟନଗୁଡ଼ିକ ଆସନ୍ତା ୨୮ ଓ ୨୯ ତାରିଖରେ ଭାରତ ବନ୍ଦ ଡାକରା ଦେଇଛନ୍ତି । ଏହି ବନ୍ଦ ଡାକରାକୁ ବ୍ୟାଙ୍କ ୟୁନିୟନଗୁଡ଼ିକ ସମର୍ଥନ କରୁଥିବାରୁ ଏହି ଦୁଇଦିନ ବ୍ୟାଙ୍କ ବନ୍ଦ ରହିବ ।

ମାର୍ଚ୍ଚ ୨୨ରେ ଭାରତ ବନ୍ଦ ପାଇଁ ହୋଇଥିବା ପ୍ରସ୍ତୁତିର ସମୀକ୍ଷା ପାଇଁ କେନ୍ଦ୍ରୀୟ ଟ୍ରେଡ୍ ୟୁନିୟନ ପକ୍ଷରୁ ଏକ ବୈଠକ ଦିଲ୍ଲୀଠାରେ ବସିଥିଲା । ଏକ ବୈଠକ ପରେ ଟ୍ରେଡ ୟୁନିଅନଗୁଡ଼ିକ କହିଛନ୍ତି ଯେ ସେମାନେ କେନ୍ଦ୍ରର କର୍ମୀ ବିରୋଧୀ, କୃଷକ ବିରୋଧୀ, ସାଧାରଣ ଜନତା ବିରୋଧୀ ତଥା ଜାତୀୟ ବିରୋଧୀ ନୀତିକୁ ବିରୋଧ କରିବେ। ସାର୍ବଜନୀନ କ୍ଷେତ୍ରର ବ୍ୟାଙ୍କଗୁଡ଼ିକୁ ଘରୋଇକରଣ କରିବା ସହିତ ବ୍ୟାଙ୍କିଙ୍ଗ୍ ଆଇନ୍ ସଂଶୋଧନ ବିଲ୍ ୨୦୨୧ଭଳି ସରକାରଙ୍କ ଯୋଜନାକୁ ବିରୋଧ କରିବାକୁ ବ୍ୟାଙ୍କ ୟୁନିଅନଗୁଡ଼ିକ ବି ଏଥିରେ ଅଂଶଗ୍ରହଣ କରୁଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe