ଭାରତ ବନ୍ଦକୁ ଦୃଷ୍ଟିରେ ରଖି ମଙ୍ଗଳବାର ସମସ୍ତ ସରକାରୀ କାର୍ଯ୍ୟାଳୟକୁ ବନ୍ଦ ରଖିଲେ ରାଜ୍ୟ ସରକାର

Advertisment
ଭାରତ ବନ୍ଦକୁ ଦୃଷ୍ଟିରେ ରଖି ମଙ୍ଗଳବାର ସମସ୍ତ ସରକାରୀ କାର୍ଯ୍ୟାଳୟକୁ ବନ୍ଦ ରଖିଲେ ରାଜ୍ୟ ସରକାର

ଭୁବନେଶ୍ବର: ଭାରତ ବନ୍ଦକୁ ଦୃଷ୍ଟିରେ ରଖି ଆସନ୍ତାକାଲି ସମସ୍ତ ସରକାରୀ କାର୍ଯ୍ୟାଳୟକୁ ବନ୍ଦ ରଖିଛନ୍ତି ରାଜ୍ୟ ସରକାର। କୃଷି ଆଇନକୁ ବିରୋଧ କରି ୪୦ଟି କୃଷକ ସଂଗଠନ ଭାରତ ବନ୍ଦ ଡାକରା ଦେଇଛନ୍ତି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟଳୟ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ସରକାର।

publive-image

ଏ ନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ କୁହାଯାଇଛି । କରୋନା ମହାମାରୀର ପ୍ରକୋପ ସମ୍ପୂର୍ଣ୍ଣ ଭାବେ ପ୍ରଶମିତ ହୋଇ ନଥିବା ଓ ସାଧାରଣ ପରିବହନ ବ୍ୟବସ୍ଥା ସ୍ବାଭାବିକ ଅବସ୍ଥାକୁ ଫେରି ନଥିବା ବେଳେ ଭାରତ ବନ୍ଦ ଡାକରା ଯୋଗୁ ଗମନାଗମନ ଓ ପରିବହନ ବ୍ୟବସ୍ଥା ଅଧିକ ପ୍ରଭାବିତ ହେବାର ସମ୍ଭାବନା ରହିଛି। ଏହା କରୋନା ସଂକ୍ରମଣ ଉପରେ ପ୍ରତିକୂଳ ପ୍ରଭାବ ପକାଇବାର ଆଶଙ୍କା ମଧ୍ୟ ରହିଛି। ଏହାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ମଙ୍ଗଳବାର) ଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ବନ୍ଦ ରଖିବା ନିମନ୍ତେ ସରକାରଙ୍କ ଦ୍ବାରା ନିଷ୍ପତ୍ତି ନିଆଯାଇଛି। କିନ୍ତୁ ଏହି ସମୟରେ ସମସ୍ତ ଅତ୍ୟାବଶ୍ୟକ ଜରୁରୀ ସରକାରୀ ସେବା ବଜାୟ ରହିବ ବୋଲି ସୂଚନା ଓ ଲୋକ ସଂପର୍କ ବିଭାଗର ସୂଚନା ଅଧିକାରୀ ପଠାଣି ରାଉତ କହିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe