ଭୁବନେଶ୍ବର: ଆଉ ଦିନକ ପରେ ବିଧାନସଭାର ମୌସୁମୀ ଅଧିବେଶନ। ବିଧାନସଭାରେ ଅଚଳାବସ୍ଥା ସୃଷ୍ଟି କରିବା, ସରକାରଙ୍କୁ ଘେରିବାକୁ ବିରୋଧୀ ବିଜେଡି ଓ କଂଗ୍ରେସ ଏଥର ମାଳମାଳ ପ୍ରସଙ୍ଗ ଧରିକି ବସିଛନ୍ତି। ହେଲେ ବିଧାନସଭା ଯେପରି ସୁରୁଖୁରରେ ଚାଲିବ, ଗୃହ କାର୍ଯ୍ୟ ପରିଚାଳନାରେ ସବୁ ଦଳ ସହଯୋଗ କରିବାକୁ ବାଚସ୍ପତି ସୁରମା ପାଢ଼ୀ ସବୁ ଦଳର ପ୍ରତିନିଧିଙ୍କୁ ଅନୁରୋଧ କରିଛନ୍ତି। ଏହି ଅଧିବେଶନର ଅବଧି ମାତ୍ର ୭ଦିନ ଥିବାରୁ କେଉଁ ଦିନ କେଉଁ କେଉଁ ପ୍ରସଙ୍ଗରେ ଆଲୋଚନା ହେବ ସେନେଇ ବାଚସ୍ପତି ସବୁ ଦଳର ପ୍ରତିନିଧିଙ୍କ ସହ ଆଲୋଚନା କରିଛନ୍ତି।
ଏହି ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ କେ.ଭି ସିଂହଦେଓ, ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ, ବିଜେଡିର ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ, କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡ଼ାମ, ପୂର୍ତ୍ତ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ବିଜେପିର ବରିଷ୍ଠ ବିଧାୟକ ଜୟନାରାୟଣ ମିଶ୍ର, ଶାସକ ଦଳ ମୁଖ୍ୟ ସଚେତକ ସରୋଜ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/media_files/2025/09/17/fshfsfhssfh-2025-09-17-02-43-35.jpg)