ଭୁବନେଶ୍ବର: ପଞ୍ଚାୟତ ନିର୍ବାଚନ ନେଇ ରାଜ୍ୟ ନିର୍ବାଚନ କମିସନ ଆଦିତ୍ୟ ପ୍ରସାଦ ପାଢ଼ୀ ସୂଚନା ଦେଇଛନ୍ତି। ସେ କହିଛନ୍ତି, ୨୦୨୨ରେ ପଞ୍ଚାୟତ ନିର୍ବାଚନ ହେବ। ସେଥିପାଇଁ ରାଜ୍ୟ ନିର୍ବାଚନ କମିସନଙ୍କ ତତ୍ତ୍ଵାବଧାନରେ ପ୍ରସ୍ତୁତି ଜାରି ରହିଛି। କେନ୍ଦ୍ର ନିର୍ଵାଚନ କମିସନ ୨୦୨୧ ଜାନୁଆରୀ ୧ ତାରିଖ ସୁଦ୍ଧା ଭୋଟର ତାଲିକା ପ୍ରଦାନ କରିସାରିଛନ୍ତି।
ଏହି ଭୋଟର ତାଲିକା ସଂଶୋଧନ ହେବା ପୂର୍ବରୁ ଆସନ୍ତା ୬ ତାରିଖରେ ସର୍ବଦଳୀୟ ବୈଠକ ଡକାଯାଇଛି। ସର୍ବଦଳୀୟ ବୈଠକରେ ଭୋଟର ତାଲିକା ସଂଶୋଧନ ନେଇ ଆଲୋଚନା ହେବ। ଧାର୍ଯ୍ୟ ତାରିଖ ଅନୁସାରେ ଜିଲ୍ଲାମାନେ ସେମାନଙ୍କର ସଂରକ୍ଷଣ ତାଲିକା ପ୍ରଦାନ କରିବେ ବୋଲି କହିଛନ୍ତି ରାଜ୍ୟ ନିର୍ବାଚନ କମିସନ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2021/10/jpg-1.jpg)