କଟକ : ଖୋର୍ଦ୍ଧା ଜିଲ୍ଲା କାନପୁର ପଞ୍ଚାୟତରେ ରହିଥିବା ଶ୍ରୀଜଗନ୍ନାଥଙ୍କ ଜମିର ସୁରକ୍ଷା ପ୍ରସଂଗକୁ ନେଇ ଦାୟର ମାମଲାର ଶୁଣାଣି କରି ହାଇକୋର୍ଟ ଶ୍ରୀମନ୍ଦିର ପ୍ରଶାସକଙ୍କୁ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ ସି.ଆର୍. ଦାଶଙ୍କୁ ନେଇ ଗଠିତ ଖଣ୍ଡପୀଠ କୈଳାସ ଚନ୍ଦ୍ର ସାମନ୍ତରାୟ ଓ ଅନ୍ୟମାନଙ୍କ ପକ୍ଷରୁ ଦାୟର ମାମଲାର ଶୁଣାଣି କରି ଏପରି ନିର୍ଦ୍ଦେଶ ଦେଇଛନ୍ତି।
ମାମଲାର ବିବରଣୀରୁ ପ୍ରକାଶ ଯେ କାନପୁର ପଞ୍ଚାୟତରେ ପୁରୀ ଶ୍ରୀଜଗନ୍ନାଥଙ୍କ ଜମି ରହିଛି। ଏହି ଜମି ଉପରେ ବେଆଇନ ଭାବେ ନିର୍ମାଣ କାମ କରାଯାଉଛି ବୋଲି ଅଭିଯୋଗ ହୋଇଥିଲା। ଏହି ପ୍ରସଂଗରେ ଜିଲ୍ଲା ପ୍ରଶାସନ ଓ ମନ୍ଦିର ପ୍ରଶାସନର ଦୃଷ୍ଟି ଆକର୍ଷଣ କରିବା ପରେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରା ନଯିବାରୁ ଆବେଦନକାରୀ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2021/08/Odisha_high_court.jpg)