ଭୁବନେଶ୍ୱର : ‘ଆମ ଗାଁ ଆମ ବିକାଶ’ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ୪ଟି ବ୍ଲକ୍ର ୯୭ଟି ପଞ୍ଚାୟତ ପାଇଁ ୧୦୦୨ ପ୍ରକଳ୍ପ ମଞ୍ଜୁର କରିଛନ୍ତି। ଗଞ୍ଜାମ ଜିଲ୍ଲାର କୁକୁଡ଼ାଖଣ୍ଡି ବ୍ଲକ୍, ବଲାଙ୍ଗୀର ଜିଲ୍ଲାର ସଇଁତଳା ବ୍ଲକ୍, ବାଲେଶ୍ୱର ଜିଲ୍ଲାର ଖଇରା ବ୍ଲକ୍ ଓ କୋରାପୁଟ ଜିଲ୍ଲାର ଦଶମନ୍ତପୁର ବ୍ଲକ୍ର ଜନସାଧାରଣଙ୍କ ସହିତ ଆଲୋଚନା କରି ସେମାନଙ୍କ ପ୍ରସ୍ତାବିତ ପ୍ରକଳ୍ପଗୁଡ଼ିକୁ ମଞ୍ଜୁର କରିଛନ୍ତି। ମୋଟ୍ ପ୍ରକଳ୍ପର ମୂଲ୍ୟ ରହିଛି ୨୩.୩୦ କୋଟି ଟଙ୍କା।
Sambad is now on WhatsApp
Join and get latest news updates delivered to you via WhatsApp
କୁକୁଡ଼ାଖଣ୍ଡି ବ୍ଲକ୍ର ୨୨ଟି ପଞ୍ଚାୟତ ପାଇଁ ୫.୫୦ କୋଟି ଟଙ୍କାରେ ୧୪୨ଟି ପ୍ରକଳ୍ପ, ସଇଁତଳା ବ୍ଲକ୍ର ୨୨ଟି ପଞ୍ଚାୟତ ପାଇଁ ୫.୫୦ କୋଟି ଟଙ୍କାରେ ୨୩୩ଟି ପ୍ରକଳ୍ପ, ଖଇରା ବ୍ଲକ୍ର ୩୭ଟି ପଞ୍ଚାୟତ ପାଇଁ ୯.୩୬ କୋଟି ଟଙ୍କାରେ ୪୪୬ଟି ପ୍ରକଳ୍ପ ଓ ଦଶମନ୍ତପୁର ବ୍ଲକ୍ର ୧୬ଟି ପଞ୍ଚାୟତ ପାଇଁ ୨.୯୪ କୋଟି ଟଙ୍କାରେ ୧୮୧ଟି ପ୍ରକଳ୍ପ ମଞ୍ଜୁର କରାଯାଇଛି। ଏହି କାର୍ଯ୍ୟକ୍ରମ ଅବସରରେ ଜନସାଧାରଣ ଓ ପ୍ରତିନିଧିମାନଙ୍କ ସହିତ ଆଲୋଚନା କରି ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଏହି ପ୍ରକଳ୍ପଗୁଡ଼ିକୁ ମିଳିମିଶି ଶୀଘ୍ର ସମ୍ପୂର୍ଣ୍ଣ କରିବା ପାଇଁ ପରାମର୍ଶ ଦେଇଥିଲେ। କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିସନର୍, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ପ୍ରମୁଖ ସଚିବ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।