ଦୁର୍ଘଟଣାରେ ଆମ୍ବୁଲାନ୍ସ ଚୁର୍‌ମାର୍,ଚାଳକ ଗୁରୁତର

Advertisment
ଦୁର୍ଘଟଣାରେ ଆମ୍ବୁଲାନ୍ସ ଚୁର୍‌ମାର୍,ଚାଳକ ଗୁରୁତର

ପଦ୍ମପୁର: କେନ୍ଦୁଝର ସଦର ଥାନା ଅନ୍ତର୍ଗତ ୨୦ନମ୍ବର ଜାତୀୟ ରାଜପଥ ବନାଯୋଡି ଟୋଲ ପ୍ଲାଜା ନିକଟରେ ବୁଧବାର ଭୋର ୫ଟାରେ ଛିଡା ହୋଇଥିବା ଏକ ଟ୍ରକ୍ ପଛରେ  ଓମିନି ଆମ୍ବୁଲାନ୍ସ ନିୟନ୍ତ୍ରଣ ହରାଇ ପିଟି ହୋଇଯାଇଛି। ଫଳରେ ଗାଡି ସାମ୍ନା ଭାଗ ଚୁରମାର ହୋଇଯାଉଥିଵାବେଳେ ଚାଳକ ଭିତରେ ଚାପି ହୋଇ ରହିଯାଇଥିଲେ। ସ୍ଥାନୀୟ ଲୋକେ ଗୁରୁତରଙ୍କୁ ଉଦ୍ଧାର କରି ଟୋଲଗେଟ ଆମ୍ବୁଲାନ୍ସ ଯୋଗେ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲେ।

ସୂଚନାଅନୁସାରେ,ଚମ୍ପୁଆ ରୁ ଖାଲି ଆମ୍ବୁଲାନ୍ସ ଧରି ଚାଳକ ଭୁବନେଶ୍ବର ଅଭିମୁଖେ ଯାଉଥିଲେ। ତେବେ ଆଖିଲାଗି ଯାଇଥିବାରୁ ଏହି ଦୁର୍ଘଟଣା ଘଟିଥିବା ପ୍ରତ୍ୟେକ୍ଷଦର୍ଶୀ କହିଛନ୍ତି। ଗୁରୁତର ଚାଳକଙ୍କ ପରିଚୟ ମିଳିପାରିନାହିଁ। ସଦର ଥାନା ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ଗାଡି ଜବତ କରି ତଦନ୍ତ ଆରମ୍ଭ କରିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe