କଟକରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ: ନେତାଜୀ ସଂଗ୍ରହାଳୟରେ ସୁଭାଷ ଚନ୍ଦ୍ର ବୋଷଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଲେ

Advertisment
କଟକରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ: ନେତାଜୀ ସଂଗ୍ରହାଳୟରେ ସୁଭାଷ ଚନ୍ଦ୍ର ବୋଷଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଲେ

କଟକ: କଟକରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କୁ ବିପୁଳ ସ୍ବାଗତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି। ପ୍ରଥମେ ଫୁଲନଖରାଠାରେ ସମ୍ବର୍ଦ୍ଧିତ କରାଯାଇଥିବା ବେଳେ ପରେ କଟକ ଲିଙ୍କରୋଡ, ପାଲାମଣ୍ଡପ, ବାଦାମବାଡ଼ି, ଦୋଳମୁଣ୍ଡାଇ, ହରିପୁର ସମେତ ସମସ୍ତ ପ୍ରମୁଖ ସ୍ଥାନମାନଙ୍କରେ ସମ୍ବର୍ଦ୍ଧିତ କରାଯାଇଛି। ଏହାପରେ ଅମିତ ଶାହ ଓଡ଼ିଆ ବଜାରଠାରେ ଥିବା ନେତାଜୀଙ୍କ ଜନ୍ମସ୍ଥାନ ଓ ସଂଗ୍ରହାଳୟରେ ପହଞ୍ଚି ସୁଭାଷ ଚନ୍ଦ୍ର ବୋଷଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ସଂଗ୍ରହାଳୟ ପରିଦର୍ଶନ କରିଛନ୍ତି। ଏଠାରୁ ସେ କଟକ ଇନଡୋର ଷ୍ଟାଡିୟମ୍ ଅଭିମୁଖେ ଯାଇଛନ୍ତି। ଇନଡୋର୍‌ ଷ୍ଟାଡିୟମରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଦୈନିକ ‘ପ୍ରଜାତନ୍ତ୍ର’ର ୭୫ତମ ବାର୍ଷିକ ଉତ୍ସବରେ ଯୋଗଦେବେ। ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ଗସ୍ତ ଲାଗି କଟକରେ ସୁରକ୍ଷା ପାଇଁ ୩୦ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ କରାଯାଇଛି।

publive-image

ସୂଚନାଯୋଗ୍ୟ, ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା  ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ସୋମବାର ସକାଳ ୯ଟା ୪୫ ମିନିଟ୍ ସମୟରେ ଶ୍ରୀଲିଙ୍ଗରାଜ ମନ୍ଦିରରେ ପହଞ୍ଚି ଲିଙ୍ଗରାଜ ମହାପ୍ରଭୁଙ୍କ ଦର୍ଶନ ଓ ପୂଜାର୍ଚ୍ଚନା କରିଲେ। ମନ୍ଦିର ଭିତରେ ସେ ସର୍ବପ୍ରଥମେ ଶ୍ରୀଗଣେଶଙ୍କୁ ଦର୍ଶନ କରିଥିଲେ। ତାପରେ ଶ୍ରୀଲିଙ୍ଗରାଜଙ୍କର ପୂଜାର୍ଚ୍ଚନା କରିଥିଲେ । ସେଠାରେ ସେ ଜଳାଭିଷେକ ମଧ୍ୟ କରିଥିବା ସୂଚନା ରହିଛି।ଏହାପରେ ଶ୍ରୀ ଶାହ ବେଢ଼ା ପରିକ୍ରମା କରିବା ସହ ମହାପ୍ରଭୁଙ୍କ ଆଶୀର୍ବାଦ ନେଇଛନ୍ତି।

ଶ୍ରୀଲିଙ୍ଗରାଜ ମନ୍ଦିରରେ ସେ ପ୍ରାୟ ୨୦ ମିନିଟ୍ ଅତିବାହିତ କରିଥିଲେ । ଏହାପରେ ମନ୍ଦିିରର ଦଶନ‌ାର୍ଥୀ ଖାତାରେ ସ୍ବାକ୍ଷର କରି ମନ୍ଦିରରୁ ବାହାରିଥିଲେ।  ତାଙ୍କ ସହ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଭୁବନେଶ୍ବର ଲୋକସଭା ସଦସ୍ୟ ଅପରାଜିତା ଷଡ଼ଙ୍ଗୀ, ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି, ରାଷ୍ଟ୍ରୀୟ ପ୍ରବକ୍ତା ଡାକ୍ତର ସମ୍ବିତ ପାତ୍ର ଓ ଜିଲ୍ଲା ବିଜେପି ସଭାପତି ବାବୁ ସିଂହ ପ୍ରମୁଖ ଉପସ୍ଥିତ ଥି‌ଲେ। ସ୍ବରାଷ୍ଟ୍ର ମନ୍ତ୍ରୀ ହେବା ପରେ ଅମିତ ଶାହ ପ୍ରଥମ ଥର ଲାଗି ଶ୍ରୀଲିଙ୍ଗରାଜଙ୍କର ଦର୍ଶନ କରିଛନ୍ତି। ଏହା ପୂର୍ବରୁ ସେ ୨୦୧୫ ଓ ୨୦୧୭ରେ ଭୁବନେଶ୍ବର ଗସ୍ତରେ ଆସିଥିବା ସମୟରେ  ଶ୍ରୀଲିଙ୍ଗରାଜଙ୍କର ଦର୍ଶନ କରିଥିଲେ।

ଶ୍ରୀଲିଙ୍ଗରାଜ ମନ୍ଦିରରୁ ବାହାରି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ବାସଭବନକୁ ଯାଇ ଏବଂ ସେଠାରେ ଚା ଓ ଜଳପାନ କରିଛନ୍ତି। ସମୀର ମହାନ୍ତିଙ୍କ ପୁରୁଣା ଭୁବନେଶ୍ବର ବାସଭବନରେ ଶ୍ରୀ ଶାହା ପହଞ୍ଚିବା ପରେ ତାଙ୍କୁ ଉତ୍ତରୀୟ ଦେଇ ପାରମ୍ପରିକ ରୀତିରେ ସ୍ବାଗତ କରାଯାଇଥିଲା। ଏଠାରେ ମଧ୍ୟ ରାଜ୍ୟ ବିଜେପିର ବହୁ ନେତା ଉପସ୍ଥିତ ଥିବ‌ା ଦେଖିବାକୁ ମିଳିଥିଲା। ସେଠାରୁ ସେ କଟକ ଅଭିମୁଟେ ବାହାରିଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe