Image Courtesy of India Today
ଭୁବନେଶ୍ବର : ଆଜି ସ୍ବଚ୍ଛ ଭାରତ ସିସନ୍-ସହରୀ ୨.୦ ଓ ଅମୃତ ୨.୦ ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ସମସ୍ତ ସହରକୁ ଆବର୍ଜନା ମୁକ୍ତ ଓ ଜଳ ସୁରକ୍ଷା ଯୋଗାଇଦେବା ଏହି ଅଭିଯାନର ଲକ୍ଷ୍ୟ। ନୂଆଦିଲ୍ଲୀସ୍ଥିତ ଆମ୍ବେଦକର ଆନ୍ତର୍ଜାତିକ ଶିକ୍ଷା କେନ୍ଦ୍ରରେ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ ଏହାର ଶୁଭାରମ୍ଭ କରିବେ। ଦ୍ରୁତ ଗତିରେ ବୃଦ୍ଧି ପାଉଥିବା ସହରୀକରଣ ଆହ୍ବାନର ମୁକାବିଲା ସହ ୨୦୩୦ ସୁଦ୍ଧା ନିରନ୍ତର ବିକାଶ ଲକ୍ଷ୍ୟ ହାସଲ ଦିଗରେ ଏହା ସହାୟକ ହେବ ବୋଲି ଆଶା ରଖାଯାଇଛି।
Follow Us