ପୋଖରୀରେ ଗାଧୋଇବା ସମୟରେ ଗୋଡ ଖସିବାରୁ ବୁଡ଼ି ଗଲେ ବୃଦ୍ଧ

Advertisment
ପୋଖରୀରେ ଗାଧୋଇବା ସମୟରେ ଗୋଡ ଖସିବାରୁ ବୁଡ଼ି ଗଲେ ବୃଦ୍ଧ

ଗଞ୍ଜାମ: ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ବ୍ଲକ ସିଙ୍ଗିପୁର ଗ୍ରାମରେ ଏକ ଅଘଟଣ ଘଟିଯାଇଛି। ପୋଖରୀରେ ବୁଡି ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି। ମୃତକ ଜଣଙ୍କ କାଳୁପାତ୍ର ସାହିର ରଘୁ ସାହୁ ବୋଲି ଜଣାପଡିଛି।

ସୂଚନା ଅନୁସାରେ ଗୁରୁବାର ଭୋର ସମୟରେ ବୃଦ୍ଧ ଜଣଙ୍କ ପାଖରେ ଥିବା ରାଧି ପୋଖରୀକୁ ଗାଧୋଇବା ପାଇଁ ଯାଇଥିଲେ। ଗାଧୋଇବା ସମୟରେ ହଠାତ ରଘୁଙ୍କ ଗୋଡ ଖସିଯାଇଥିଲା ଏବଂ ସେ ପୋଖରୀ ଭିତରେ ପଡିଯାଇଥିଲେ ।

ପୋଖରୀଠାରେ ଉପସ୍ଥିତ ଥିବା ଲୋକମାନେ ରଘୁଙ୍କୁ ଉଦ୍ଧାର କରି ଚିକିତ୍ସା ଲାଗି ଦିଗପହଣ୍ଡି ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ । କିନ୍ତୁ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ଏସମ୍ପର୍କରେ ଥାନା ଅଧିକାରୀ ଖବର ପାଇବା ପରେ ଡାକ୍ତରଖାନାରେ ପହଞ୍ଚି ମୃତ ଦେହକୁ ଜବତ କରିବା ସହିତ ଶବ ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ବଡ ଡାକ୍ତରଖାନାକୁ ପଠାଇଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe