ଚାକିରିରୁ ବିଦା ହେଲେ ବୀରମିତ୍ରପୁର ଥାନା ଅଧିକାରୀ ଆନନ୍ଦ ମାଝୀ

ଭୁବନେଶ୍ୱର: ଶେଷରେ ଚାକିରିରୁ ସବୁଦିନ ପାଇଁ ବିଦା ହେଲେ ବହୁଚର୍ଚ୍ଚିତ ବୀରମିତ୍ରପୁର ନାବାଳିକା ଦୁଷ୍କର୍ମ ଓ ବେଆଇନ ଗର୍ଭପାତ ମାମଲାର ମୁଖ୍ୟ ଅଭିଯୁକ୍ତ ତଥା ଥାନା ଅଧିକାରୀ ଆନନ୍ଦ ମାଝୀ | ଓଡ଼ିଶା ପୁଲିସ୍ ମହାନିର୍ଦେଶକ ଅଭୟ ଆଜି ତାଙ୍କୁ ଚାକିରିରୁ ବହିଷ୍କାର କରିଛନ୍ତି | ସିଡବ୍ଲୁସିର ରିପୋର୍ଟ ଅନୁସାରେ, ନାବାଳିକା ଜଣଙ୍କ ଗର୍ଭବତୀ ଥିବା ବେଳେ ତାଙ୍କ ଗର୍ଭପାତ କରାଯାଇଥିଲା ।

ଗତ ୨୨ ତାରିଖରେ ଏଭଳି ଘଟଣା ଜଣାପଡିଥିଲା । ମାର୍ଚ୍ଚ ୨୫ ତାରିଖରେ ଉଦ୍ଧାର ହୋଇଥିବା ନାବାଳିକା ଜଣଙ୍କ ଅଢେଇ ମାସର ଗର୍ଭବତୀ ଥିବା ବେଳେ ଅଭିଯୁକ୍ତ ଥାନା ଅଧିକାରୀ ଆନନ୍ଦ ମାଝୀଙ୍କ ନିର୍ଦେଶ କ୍ରମେ ବୀରମିତ୍ରପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ତାଙ୍କର ଗର୍ଭପାତ କରାଯାଇଥିଲା ।


ସେଠାରେ ନାବାଳିକାଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ରାଉରକେଲା ସରକାରୀ ଡାକ୍ତରଖାନାକୁ ଅଣାଯାଇଥିଲା । ଆଉ ସେଠାରେ ହିଁ ସତ ସାମ୍ନାକୁ ଆସିଥିଲା । ଏହି ଘଟଣାକୁ ନେଇ ପୁଲିସ୍ ମହାନିର୍ଦେଶକ ଅଭୟ ମାମଲାର ତଦନ୍ତ କରିବାକୁ କ୍ରାଇମବ୍ରାଞ୍ଚକୁ ନିର୍ଦେଶ ଦେଇଥିଲେ | ଆଉ ପ୍ରଥମେ ନିଲମ୍ବନ ପରେ ଆଜି ଶ୍ରୀ ମାଝୀଙ୍କୁ ଚାକିରିରୁ ବହିଷ୍କାର କରାଯାଇଛି |

ସମ୍ବନ୍ଧିତ ଖବର