ଶ୍ରୀଜିଉଙ୍କୁ ଲାଗି ହେଲା ଫୁଲୁରି ତେଲ

ଶ୍ରୀଜିଉଙ୍କୁ ଲାଗି ହେଲା ଫୁଲୁରି ତେଲ

ପୁରୀ : ସ୍ନାନଯାତ୍ରାରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ ପରେ ଜ୍ୱରରେ ପଡ଼ିଛନ୍ତି ମହାପ୍ରଭୁ। ଅଣସର ପିଣ୍ଡିରେ ବିଜେ ଅସୁସ୍ଥ ମହାପ୍ରଭୁଙ୍କ ଜ୍ବର ଭଲ କରିବା ପାଇଁ ଚାଲିଛି ଗୁପ୍ତନୀତି। ନୀଳାଦ୍ରି ମହୋଦୟ ଶାସ୍ତ୍ର ଅନୁସାରେ ଦଇତାପତି ‌ସେବକମାନଙ୍କ ଦ୍ବାରା ଚାଲିଛି ଚିକିତ୍ସା। ଶାସ୍ତ୍ରାନୁସାରେ ବିଶ୍ୱାବସୁ ତଥା ବିଦ୍ୟାପତିଙ୍କ ବଂଶଧରମାନେ ଶ୍ରୀଅଙ୍ଗରୁ ଲେପ ଛଡ଼ାଇବା ପୂର୍ବରୁ ମହାପ୍ରଭୁଙ୍କୁ ଔଷଧଯୁକ୍ତ ତୈଳ ମର୍ଦ୍ଦନ କରିଥାନ୍ତି।

ଏହି ପରମ୍ପରା ତଥା ଶାସ୍ତ୍ର ଆଧାରରେ ଆଜି ଅଣସର ବାସରେ ଥିବା ଶଯ୍ୟାଶାୟୀ ଶ୍ରୀବିଗ୍ରହମାନଙ୍କୁ ଜଡିବୁଟିଯୁକ୍ତ ଔଷଧୀୟ ଫୁଲୁରି ତେଲ ଲାଗି କରାଯାଇଛି। ଶ୍ରୀମନ୍ଦିର ବୈଦ୍ୟଙ୍କ ପରାମର୍ଶକ୍ରମେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଶରୀରରେ ଏହି ଔଷଧୀୟ ତୈଳ ମର୍ଦ୍ଦନ ହୋଇଛି। ଏହି ତେଲ ଶ୍ରୀଅଙ୍ଗରେ ମର୍ଦ୍ଦନ ପରେ ମହାପ୍ରଭୁ ସୁସ୍ଥ ହେବେ। ନବ‌ଯୌବନ ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe