ଅନିଲ ସାମଲଙ୍କୁ ଉତ୍ତରାଞ୍ଚଳ ରାଜସ୍ବ ଆୟୁକ୍ତ ଭାବେ ମିଳିଲା ଅତିରିକ୍ତ ଦାୟିତ୍ବ

ଭୁବନେଶ୍ବର: ଆସନ୍ତା ୩୧ ତାରିଖରେ ଉତ୍ତରାଞ୍ଚଳ ରାଜସ୍ବ ଆୟୁକ୍ତ ଥିବା ବରିଷ୍ଠ ଆଇଏଏସ୍‌ ନିରଞ୍ଜନ ସାହୁ ଅବସର ଗ୍ରହଣ କରିବେ। ତାଙ୍କ ସ୍ଥାନରେ କଟକରେ କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତ ଥିବା ଆଇଏଏସ୍‌ ଅନିଲ କୁମାର ସାମଲଙ୍କୁ ସମ୍ବଲପୁର ସ୍ଥିତ ଉତ୍ତରାଞ୍ଚଳ ରାଜସ୍ବ ଆୟୁକ୍ତ ଭାବେ ଅତିରିକ୍ତ ଦାୟିତ୍ବ ପ୍ରଦାନ କରାଯାଇଛି। ଏ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

ସମ୍ବନ୍ଧିତ ଖବର