ବୌଦ୍ଧ ମଡେଲ ଡିଗ୍ରି କଲେଜର ବାର୍ଷିକୋତ୍ସବ

ବୌଦ୍ଧ: ବୌଦ୍ଧ ମଡେଲ ଡିଗ୍ରି କଲେଜର ପ୍ରଥମ ବାର୍ଷିକୋତ୍ସବ ଅଧ୍ୟକ୍ଷ ରବୀନ୍ଦ୍ର ସାହୁଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ହୋଇଛି। ସମ୍ବଲପୁର ବିଶ୍ବବିଦ୍ୟାଳୟ କୁଳପତି ପ୍ରଫେସର ବିଧୁଭୂଷଣ ମିଶ୍ର ମୁଖ୍ୟଅତିଥି ଭାବରେ ଯୋଗ ଦେଇ ଦ୍ରୋଣାଚାର୍ଯ୍ୟ ଓ ଏକଲବ୍ୟଙ୍କ ଗୁରୁଶିଷ୍ୟ ସମ୍ପର୍କ ବିଷୟରେ ଉଲ୍ଲେଖ କରିଥିଲେ। ଛାତ୍ରଛାତ୍ରୀମାନେ ହୀନମନ୍ୟତାର ଶିକାର ନହୋଇ ଠିକ୍ ଭାବରେ କର୍ତ୍ତବ୍ୟ ସମ୍ପାଦନ କରିବାକୁ ଆହ୍ବାନ ଦେଇଥିଲେ।

ସମ୍ବଲପୁର ବିଶ୍ୱବିଦ୍ୟାଳୟ ରାଜନୀତି ବିଜ୍ଞାନ ସହକାରୀ ପ୍ରାଧ୍ୟାପକ ଡ. ରଜତ କୁଜୁର ସମ୍ମାନିତ ଅତିଥି ଭାବରେ ଯୋଗଦେଇଥିଲେ। ଅର୍ଥନୀତି ବିଭାଗୀୟ ମୁଖ୍ୟ ପ୍ରମୋଦ ମେହେର ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ଅଧ୍ୟକ୍ଷ ଶ୍ରୀ ସାହୁ ବାର୍ଷିକ ବିବରଣୀ ପାଠ କରିଥିଲେ। ପୂର୍ବରୁ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାର କୃତୀ ଛାତ୍ରଛାତ୍ରୀଙ୍କୁ ମୁଖ୍ୟ ଅତିଥି ପୁରସ୍କୃତ କରିଥିଲେ। ଅଧ୍ୟାପିକା ସୁମିତ୍ରା ସେଠୀ ଧନ୍ୟବାଦ ଦେଇଥିଲେ। ଶେଷରେ ଛାତ୍ରଛାତ୍ରୀଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

ସମ୍ବନ୍ଧିତ ଖବର