ସାମାଜିକ ସୁରକ୍ଷା ହିତାଧିକାରୀଙ୍କୁ ଶୀତକାଳୀନ ସହାୟତା ଘୋଷଣା

ଭୁବନେଶ୍ବର : ସାମାଜିକ ସୁରକ୍ଷା ଯୋଜନାରେ ସାମିଲ ହିତାଧିକାରୀମାନଙ୍କୁ ରାଜ୍ୟ ସରକାର ଶୀତକାଳୀନ ସହାୟତା ପ୍ରଦାନ କରିବେ। ଏଥିରେ ପ୍ରତ୍ୟେକ ହିତାଧିକାରୀଙ୍କୁ ଏକକାଳୀନ ତିନିଶହ ଟଙ୍କା ପ୍ରଦାନ କରାଯିବ। ଡିସେମ୍ବର ମାସରେ ହିତାଧିକାରୀଙ୍କ ବ୍ୟାଙ୍କ୍‌ ଆକାଉଣ୍ଟରେ ଏହି ଅର୍ଥ ଜମା କରାଯିବ।

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ ସୂତ୍ରରୁ ମିଳିଥିବା ସୂଚନା ମୁତାବକ, ରାଜ୍ୟ ସରକାର ଏହି ସହାୟତା ବାବଦରେ ୧୪ କୋଟି ୬୨ ଲକ୍ଷ ଟଙ୍କା ମଂଜୁର କରିଛନ୍ତି। ଏହି ଯୋଜନାରେ ସାମିଲ ୪୮ ଲକ୍ଷରୁ ଊର୍ଦ୍ଧ୍ବ ହିତାଧିକାରୀ ଆର୍ଥିକ ସହାୟତା ପାଇବେ। ପୂର୍ବରୁ ହିତାଧିକାରୀମାନଙ୍କୁ ୧୦୦ ଟଙ୍କା ଲେଖାଏ ଗ୍ରୀଷ୍ମକାଳୀନ ସହାୟତା ପ୍ରଦାନ କରାଯାଇଥିଲା।

ସମ୍ବନ୍ଧିତ ଖବର