ଭୁବନେଶ୍ୱର: ୩୦ଟି ଜିଲ୍ଲାର ଜିଲ୍ଲା ପରିଷଦ ଗଠନ ପାଇଁ ନିର୍ବାଚନ ହେବ। ଏଥିପାଇଁ ଜିଲ୍ଲା ନିର୍ବାଚନ ଅଧିକାରୀଙ୍କ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ହୋଇଛି। ତେବେ ସବୁ ଜିଲ୍ଲାରେ ଜିଲ୍ଲା ପରିଷଦ ଗଠନ ପାଇଁ ବିଜେଡି ଆବଶ୍ୟକ ସଂଖ୍ୟା ଗରିଷ୍ଠତା ହାସଲ କରିଛି। ଆଉ ବିଜେଡି ଜିଲ୍ଲା ସଭାପତି ଓ ପର୍ଯ୍ୟବେକ୍ଷକଙ୍କ ଉପସ୍ଥିତିରେ ଏବେ ବନ୍ଦ ଲଫାଫା ଖୋଲାଯାଇ ଜିଲ୍ଲାପରିଷଦ ଅଧ୍ୟକ୍ଷ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଉଛି |

Advertisment

publive-image

ଶେଷ ଖବର ସୁଦ୍ଧା କୋରାପୁଟ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଭାବରେ ସସ୍ମିତା ମେଲେକଙ୍କ ନାମ ଜିଲ୍ଲା ସଭାପତି ଈଶ୍ୱର ପାଣିଗ୍ରାହୀ, ପର୍ଯ୍ୟବେକ୍ଷକ ଚନ୍ଦ୍ର ସାରଥୀ ବେହେରା ଘୋଷଣା କରିଥିବାବେଳେ ପୁରୀ ଜିଲ୍ଲା ବ୍ରହ୍ମଗିରି ୨୯ନଂ ଜୋନର ଜିଲ୍ଲା ପରିଷଦ ସଭ୍ୟା ସ୍ୱପ୍ନାରାଣୀ ସ୍ୱାଇଁ ବିଜେଡି ଜିଲ୍ଲା ପରିଷଦ ସଭାପତି ପ୍ରାର୍ଥୀ ଭାବେ ଘୋଷଣା କରାଯାଇଛି | କଟକ ଜିଲ୍ଲା ପରିଷଦ ଅଧ୍ୟକ୍ଷ ପ୍ରାର୍ଥୀ ହେଲେ କିଶୋର ଚନ୍ଦ୍ର ମିଶ୍ର। କିଶୋର ନରସିଂହପୁର ୧୯ ନମ୍ବର ଜୋନରୁ ସେ ନିର୍ବାଚିତ ହୋଇଛନ୍ତି। ଗଞ୍ଜାମ ଧରାକୋଟ ବ୍ଲକ୍ ୩୧ ନମ୍ବର ଜିଲ୍ଲା ପରିଷଦ ଜୋନ ସଭ୍ୟା ଅଞ୍ଜଳି ସ୍ବାଇଁ ହେଲେ ଗଞ୍ଜାମ ଜିଲ୍ଲା ପରିଷଦ ଅଧ୍ୟକ୍ଷା ପ୍ରାର୍ଥୀ | ନୟାଗଡ଼ ବିଜେଡ଼ି ଜିଲ୍ଲା ପରିଷଦ ଅଧ୍ୟକ୍ଷ ପ୍ରାର୍ଥୀ ହେଲେ ରଣପୁର ଜୋନ୍ ୨୨ ଜିଲ୍ଲା ପରିଷଦ ସଭ୍ୟ ଦେବାଶିଷ ପଟ୍ଟନାୟକ |

ସୂଚନା ଥାଉ କି ଜିଲ୍ଲା ପରିଷଦ ଅଧ୍ୟକ୍ଷ/ଅଧ୍ୟକ୍ଷା ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିବେ | ୧୧ଟା ୩୦ରୁ ୧୨ଟା ୩୦ ମଧ୍ୟରେ ନାମାଙ୍କନପତ୍ରଗୁଡ଼ିକର ଯାଞ୍ଚ କରାଯିବ। ଅପରାହ୍ନ ୧ଟା ପୂର୍ବରୁ ପ୍ରାର୍ଥୀମାନେ ଚାହିଁଲେ ନାମାଙ୍କନପତ୍ର ପ୍ରତ୍ୟାହାର କରିପାରିବେ। ଅପରାହ୍ନ ୧ଟା ୩୦ରୁ ୪ଟା ମଧ୍ୟରେ ଭୋଟ୍‌ ଗ୍ରହଣ କରାଯିବ ଓ ପରେପରେ ଗଣତି କରି ଫଳାଫଳ ପ୍ରକାଶ କରାଯିବ।