୨୪ ଘଣ୍ଟାରେ କରୋନାରୁ ସୁସ୍ଥ ହେଲେ ୧୦ ହଜାର ୩୬ ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୧୪୭୧

Advertisment
୨୪ ଘଣ୍ଟାରେ କରୋନାରୁ ସୁସ୍ଥ ହେଲେ ୧୦ ହଜାର ୩୬ ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୧୪୭୧

ଭୁବନେଶ୍ୱର: ରାଜ୍ୟରେ ଆଜି କରୋନାରୁ ୧୦ ହଜାର ୩୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏଥିରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୪୭୧ ଜଣ ଅଛନ୍ତି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୫ ଲକ୍ଷ ୪୬ ହଜାର ୬୩୧କୁ ବୃଦ୍ଧି ପାଇଛି ।

ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ସୁନ୍ଦରଗଡ଼ ଜିଲ୍ଲାରୁ ୮୧୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସେହିଭଳି କଟକରୁ ୭୧୮, ଅନୁଗୁଳରୁ ୫୧୦, ବରଗଡ଼ରୁ ୪୫୫, କଳାହାଣ୍ଡିରୁ ୪୩୭, ଯାଜପୁରରୁ ୪୦୭, ଗଂଜାମରୁ ୩୬୬, ନବରଂଗପୁରରୁ ୩୫୬, ପୁରୀରୁ ୩୫୧, ବଲାଙ୍ଗୀରରୁ ୩୪୨, ଝାରସୁଗୁଡ଼ାରୁ ୩୩୪, ସମ୍ବଲପୁରରୁ ୩୦୦, ଭଦ୍ରକରୁ ୨୫୦, ନୟାଗଡ଼ରୁ ୨୪୫, ଢେଙ୍କାନାଳରୁ ୨୩୬, ବାଲେଶ୍ୱରରୁ ୨୩୦, ବୌଦ୍ଧରୁ ୨୧୮ ଓ ନୂଆପଡ଼ାରୁ ୨୦୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ସେହିପରି ରାୟଗଡ଼ାରୁ ୧୯୯, କେନ୍ଦୁଝରରୁ ୧୮୬, ମୟୂରଭଂଜରୁ ୧୬୫, ଜଗତସିଂହପୁରରୁ ୧୫୫, ସୁବର୍ଣ୍ଣପୁରରୁ ୧୪୮, କେନ୍ଦ୍ରାପଡ଼ାରୁ ୧୪୧, ଦେବଗଡ଼ରୁ ୧୩୮, କୋରାପୁଟରୁ ୧୧୧, ଗଜପତିରୁ ୧୦୨, କନ୍ଧମାଳରୁ ୯୫, ମାଲକାନଗିରିରୁ ୮୩ ଓ ରାଜ୍ୟପୁଲରୁ ୨୭୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe