ରାଜ୍ୟରେ ଆଜି କରୋନାରୁ ସୁସ୍ଥ ହେଲେ ୧୦୪୩ ଆକ୍ରାନ୍ତ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୧୬

ଭୁବନେଶ୍ୱର: ରାଜ୍ୟରେ ଆଜି କରୋନା ଭାଇରସ ମହାମାରୀରୁ ୧୦୪୩ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି। ଏଥିରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୧୬ ଜଣ ଅଛନ୍ତି। ଏଥି ସହିତ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୭୮ ହଜାର ୨୪୦ରେ ପହଂଚିଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଜରିଆରେ ଏହି ସୂଚନା ଦିଆଯାଇଛି।

ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ କଟକ ଜିଲ୍ଲାରୁ ଆଜି ୮୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଯାଜପୁରରୁ ୬୭, ବାଲେଶ୍ୱରରୁ ୫୮, ଜଗତସିଂହପୁରରୁ ୫୭, ପୁରୀରୁ ୪୬, ମୟୂରଭଂଜରୁ ୩୨, କେନ୍ଦ୍ରାପଡ଼ାରୁ ୩୧, ଅନୁଗୁଳରୁ ୨୬, ଭଦ୍ରକରୁ ୨୦ ଓ ସୁନ୍ଦରଗଡ଼ରୁ ୧୯ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି।

ସେହିପରି ରାୟଗଡ଼ାରୁ ୧୩, କେନ୍ଦୁଝରରୁ ୧୨, ଢେଙ୍କାନାଳରୁ ୧୦, ନୟାଗଡ଼ରୁ ୯, ନବରଂଗପୁରରୁ ୭, ବଲାଙ୍ଗୀରରୁ ୬, ଗଂଜାମ, ଝାରସୁଗୁଡ଼ା, କୋରାପୁଟ, ମାଲକାନଗିରିରୁ ୫ ଜଣ ଲେଖାଏଁ, ବୌଦ୍ଧରୁ ୩, କଳାହାଣ୍ଡିରୁ ୨, ବରଗଡ଼, ନୂଆପଡ଼ାରୁ ୧-୧ ଏବଂ ରାଜ୍ୟପୁଲରୁ ୮୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ସମ୍ବନ୍ଧିତ ଖବର