ଭୁବନେଶ୍ୱର: ରାଜ୍ୟରେ କରୋନାରୁ ଆଜି ୧୦୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଥିରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୪ ଜଣ ଅଛନ୍ତି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୭୭ ହଜାର ୧୫୩ରେ ପହଞ୍ଚିଛି।

Advertisment

ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ଆଜି ୧୪ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି। ଅନୁଗୁଳରୁ ୧୩, ସୁନ୍ଦରଗଡ଼ରୁ ୧୨, ଗଜପତିରୁ ୮, କେନ୍ଦ୍ରାପଡ଼ାରୁ ୭, ଯାଜପୁର, କୋରାପୁଟରୁ ୪-୪, ବାଲେଶ୍ୱର, ବଲାଙ୍ଗୀର, ଗଂଜାମ, ମୟୂରଭଂଜରୁ ୩-୩, ଜଗତସିଂହପୁର, ଝାରସୁଗୁଡ଼ାରୁ ୨-୨, କଟକ, ନୟାଗଡ଼, ସୁବର୍ଣ୍ଣପୁରରୁ ଜଣେ ଲେଖାଏଁ ଓ ରାଜ୍ୟ ପୁଲ୍‌ରୁ ୩ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି। ସୂଚନାଯୋଗ୍ୟ ରାଜ୍ୟରେ ଆଜି ୧୦୫ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ।