ଭୁବନେଶ୍ୱର: ରାଜ୍ୟରେ ଆଜି ୧୨୧ ଜଣ କରୋନା ଭାଇରସ୍ ମହାମାରୀରୁ ସୁସ୍ଥ ହୋଇଛନ୍ତି। ଏଥିରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୬ଜଣ ଅଛନ୍ତି। ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୫ ହଜାର ୩୪୬ରେ ପହଞ୍ଚିଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।
ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ଆଜି କଟକ ଜିଲ୍ଲାରୁ ୧୦ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି। ମୟୂରଭଂଜରୁ ୮, ବରଗଡ଼, ଝାରସୁଗୁଡ଼ାରୁ ୬, ସୁନ୍ଦରଗଡ଼ରୁ ୫, କେନ୍ଦୁଝରରୁ ୪, ଗଂଜାମ, କେନ୍ଦ୍ରାପଡ଼ା, ସମ୍ବଲପୁରରୁ ୩ ଜଣ ଲେଖାଏଁ, ଯାଜପୁର, ପୁରୀରୁ ୨-୨, କଳାହାଣ୍ଡିରୁ ଜଣେ ଓ ରାଜ୍ୟପୁଲରୁ ୧୨ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି।
ରାଜ୍ୟରେ ଆଜି ୬୮୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୯୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୨୮୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୧୧୯ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୬୩ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2021/12/coronavirus-2-1.jpg)