ଭୁବନେଶ୍ୱର: ରାଜ୍ୟର ୨୩ଟି ଜିଲ୍ଲାରୁ ଆଜି୧୨୩୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ ଜରିଆରେ ଦିଆଯାଇଥିବା ସୂଚନା ଅନୁସାରେ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଲୋକଙ୍କର ସଂଖ୍ୟା ୩୩,୦୨୦ରେ ପହଞ୍ଚିଛି।
ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୬୧ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମ ଜିଲ୍ଲାରୁ ୧୮୨ଜଣ, ରାୟଗଡ଼ା ଜିଲ୍ଲାରୁ ୮୩ଜଣ, କନ୍ଧମାଳ ଜିଲ୍ଲାରୁ ୭୪ଜଣ, ମାଲକାନଗିରି ଜିଲ୍ଲାରୁ ୫୧ଜଣ, ଅନୁଗୁଳ ଜିଲ୍ଲାରୁ ୩୯ଜଣ, କୋରାପୁଟ ଜିଲ୍ଲାରୁ ୩୬ଜଣ, ବାଲେଶ୍ୱର ଜିଲ୍ଲାରୁ ୩୫ଜଣ, ବରଗଡ଼ ଜିଲ୍ଲାରୁ ୩୪ଜଣ ଓ ଜଗତସିଂହପୁର ଜିଲ୍ଲାରୁ ୩୨ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।
Another 1236 #COVID19 patients have recovered and are being discharged on 10.8.2020
461 from Khurdha
182 from Ganjam
83 from Rayagada
74 from Kandhamal
51 from Malkangiri
39 from Angul
36 from Koraput
35 from Balasore
34 from Baragarh
32 from Jagatsinghpur— H & FW Dept Odisha (@HFWOdisha) August 10, 2020
ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ସୁନ୍ଦରଗଡ଼ ଜିଲ୍ଲାରୁ ୩୨ଜଣ, ଭଦ୍ରକ ଜିଲ୍ଲାରୁ ୩୧ଜଣ, ଯାଜପୁର ଜିଲ୍ଲାରୁ ୨୯ଜଣ, ଗଜପତି ଜିଲ୍ଲାରୁ ୨୮ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୩ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୫ଜଣ, ପୁରୀ ଜିଲ୍ଲାରୁ ୧୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୦ଜଣ, ବୌଦ୍ଧ ଜିଲ୍ଲାରୁ ୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୮ଜଣ, ନୟାଗଡ଼ ଜିଲ୍ଲାରୁ ୬ଜଣ, କଟକ ଜିଲ୍ଲାରୁ ୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ଆଜି ଜଣେ କରୋନା ପଜିଟିଭ ସୁସ୍ଥ ହୋଇଛନ୍ତି।
ଆଜି ରାଜ୍ୟରେ ୧୫୨୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ସଙ୍ଗରୋଧ କେନ୍ଦ୍ରରୁ ୯୩୯ ଓ ସ୍ଥାନୀୟ ଅଞ୍ଚଳରୁ ୫୮୦ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୯ଟି ଜିଲ୍ଲାରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୭,୪୫୫କୁ ବୃଦ୍ଧି ପାଇଛି।