ଆଜି ଆଉ ୧୨୫୫ ଆକ୍ରାନ୍ତ ସୁସ୍ଥ ହେଲେ, ରାଜ୍ୟରେ ସମୁଦାୟ ସୁସ୍ଥଙ୍କ ସଂଖ୍ୟା ୨୫,୭୩୭

ଭୁବନେଶ୍ୱର: ଆଜି ରାଜ୍ୟର ୨୫ ଜିଲ୍ଲାରୁ ୧୨୫୫ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରାଯାଇଛି। ଏହାଫଳରେ ରାଜ୍ୟରେ ସମୁଦାୟ ସୁସ୍ଥଙ୍କ ସଂଖ୍ୟା ୨୫,୭୩୭ରେ ପହଞ୍ଚିଛି।

ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ୪୮୫ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରୁ ୧୨୫ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୨୨ଜଣ, ସମ୍ବଲପୁର ଜିଲ୍ଲାରୁ ୧୦୭ଜଣ, ପୁରୀ ଜିଲ୍ଲାରୁ ୭୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୪୩ଜଣ, କଟକ ଜିଲ୍ଲାରୁ ୪୦ଜଣ, ଜଗତସିଂହପୁର ଜିଲ୍ଲାରୁ ୨୯ଜଣ, କନ୍ଧମାଳ ଜିଲ୍ଲାରୁ ୨୮ଜଣ ଓ ବାଲେଶ୍ୱର ଜିଲ୍ଲାରୁ ୨୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୪ଜଣ, କୋରାପୁଟ ଜିଲ୍ଲାରୁ ୨୨ଜଣ, ଅନୁଗୁଳ ଜିଲ୍ଲାରୁ ୨୦ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୮ଜଣ, ଗଜପତି ଜିଲ୍ଲାରୁ ୧୬ଜଣ, ନୟାଗଡ଼ ଜିଲ୍ଲାରୁ ୧୪ଜଣ,କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୨ଜଣ, ମାଲକାନଗିରି ଜିଲ୍ଲାରୁ ୧୧ଜଣ, ଭଦ୍ରକ ଜିଲ୍ଲାରୁ ୧୦ଜଣ, କଳାହାଣ୍ଡି ଜିଲ୍ଲାରୁ ୮ଜଣ, ନୂଆପଡ଼ା ଜିଲ୍ଲାରୁ ୬ଜଣ, ଯାଜପୁର ଜିଲ୍ଲାରୁ ୫ଜଣ, ଢ଼େଙ୍କାନାଳ ଜିଲ୍ଲାରୁ ୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩ଜଣ ଓ କେନ୍ଦୁଝର ଜିଲ୍ଲାରୁ ଜଣେ କରୋନା ଆକ୍ରାନ୍ତଙ୍କ ଆଜି କରୋନା ରିପୋର୍ଟ ନେଗେଟିଭ୍‌ ଆସିବା ପରେ ସମସ୍ତଙ୍କୁ ହସ୍‌ପିଟାଲ୍‌ରୁ ଘରକୁ ଛୁଟି କରି ଦିଆଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୩୩୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।  ୨୮ଟି ଜିଲ୍ଲାରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ  ସଙ୍ଗରୋଧ କେନ୍ଦ୍ରରୁ ୮୧୫ ଚିହ୍ନଟ ହୋଇଥିବା ବେଳେ  ସ୍ଥାନୀୟ ଅଞ୍ଚଳରୁ ୫୨୨ ସଂକ୍ରମିତ ରହିଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟୁଇଟ୍ କରି ସୂଚନା ଦିଆଯାଇଛି।

ସମ୍ବନ୍ଧିତ ଖବର