ରାଜ୍ୟରେ ଆଜି କରୋନାରୁ ସୁସ୍ଥ ହେଲେ ୧୩୮, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୨

ଭୁବନେଶ୍ୱର: ରାଜ୍ୟରେ ଆଜି ୧୩୮ ଜଣ କରୋନା ଭାଇରସ୍‌ ମହାମାରୀରୁ ସୁସ୍ଥ ହୋଇଛନ୍ତି। ଏଥିରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୨ଜଣ ଅଛନ୍ତି। ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୫ ହଜାର ୫୧୪ରେ ପହଞ୍ଚିଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ଆଜି ସମ୍ବଲପୁର ଜିଲ୍ଲାରୁ ୨୪ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି। ଜଗତସିଂହପୁର ଜିଲ୍ଲାରୁ ୭, କଟକରୁ ୬, ବାଲେଶ୍ୱର, ଯାଜପୁର, ମୟୂରଭଂଜ, ପୁରୀରୁ ୫ ଜଣ ଲେଖାଏଁ, ଝାରସୁଗୁଡ଼ାରୁ ୪, ଅନୁଗୁଳ, କେନ୍ଦ୍ରାପଡ଼ାରୁ ୩-୩, ବୌଦ୍ଧ, ଗଂଜାମରୁ ୨-୨, ଭଦ୍ରକ, ନୟାଗଡ଼, ରାୟଗଡ଼ାରୁ ଜଣେ ଲେଖାଏଁ ଓ ରାଜ୍ୟପୁଲରୁ ୧୨ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି।

ରାଜ୍ୟରେ ଆଜି ୧୨୧୬ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ସପ୍ତାହକ ତଳର ସ୍ଥିତିକୁ ଦେଖିଲେ ଆଜି ପାଖାପାଖି ୧୦ ଗୁଣ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୪୫୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଏହା ପଛକୁ ସୁନ୍ଦରଗଡ(୧୬୬), ଷ୍ଟେଟ ପୁଲ(୧୧୦), ସମ୍ୱଲପୁର(୯୯), କଟକ(୮୦) ଜଣ ଆକ୍ରାନ୍ତ ରହିଛନ୍ତି।

ସମ୍ବନ୍ଧିତ ଖବର