ଭୁବନେଶ୍ୱର: ରାଜ୍ୟରେ ଆଜି ୫୯ ଜଣ କରୋନା ଭାଇରସ୍ ମହାମାରୀରୁ ସୁସ୍ଥ ହୋଇଛନ୍ତି। ଏଥିରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୮୬ଜଣ ଅଛନ୍ତି। ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୫ ହଜାର ୧୦୯ରେ ପହଞ୍ଚିଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।
ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ଆଜି ସୁନ୍ଦରଗଡ଼ ଜିଲ୍ଲାରୁ ୧୫ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି। କଟକରୁ ୧୧, କେନ୍ଦ୍ରାପଡ଼ାରୁ ୧୦, ସମ୍ବଲପୁରରୁ ୮, ଜଗତସିଂହପୁରରୁ ୬, ଝାରସୁଗୁଡ଼ା, ପୁରୀରୁ ୫-୫, ଯାଜପୁରରୁ ୪, ଦେବଗଡ଼, ରାୟଗଡ଼ା, ଗଂଜାମ, ମୟୂରଭଂଜରୁ ୨ ଜଣ ଲେଖାଏଁ, ନୟାଗଡ଼ରୁ ଜରେ ଓ ରାଜ୍ୟପୁଲରୁ ୧୧ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି।
ରାଜ୍ୟରେ ଆଜି ୪୨୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି | ଏହି ଆକ୍ରାନ୍ତଙ୍କ ମଧ୍ୟରେ ୦ରୁ ୧୮ ବର୍ଷ ମଧ୍ୟରେ ୬୭ ଜଣ ଥିବାବେଳେ ସଂଗରୋଧରୁ ୨୪୯ ଜଣ ଓ ସ୍ଥାନୀୟ ସଂକ୍ରମଣରୁ ୧୭୫ ଜଣ ଥିବାର ଜଣାପଡିଛି | ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସୂଚନା ମୁତାବକ ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୧୭୭, କଟକରୁ ୪୫ ଜଣ ଥିବାବେଳେ ସୁନ୍ଦରଗଡରୁ ୩୮ ଓ ଷ୍ଟେଟ ପୁଲରୁ ୪୦ ଜଣ ରହିଛନ୍ତି |
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2022/01/595d8a3f-ca7d-4275-be96-0a349a8c531c.jpg)