ସୁସ୍ଥ ହେଲେ ୧୪୯ କରୋନା ଆକ୍ରାନ୍ତ, ୨୨୮୨ରେ ପହଞ୍ଚିଲା ମୋଟ ସୁସ୍ଥ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟବାସୀଙ୍କ ପାଇଁ ସ୍ୱାସ୍ଥ୍ୟ ବିଭାଗ  ଭଲ ଖବର ଦେଇଛି। ଆଜି ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ତୁଳନାରେ ଅଧିକ ସୁସ୍ଥ ହୋଇଛନ୍ତି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି। ରାଜ୍ୟରେ ଆଜି ୧୪୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ନୂତନ କରୋନା ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ ୨୨୮୨ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି |

ସୁସ୍ଥ ହୋଇଥିବା ୧୪୯ଜଣଙ୍କ ମଧ୍ୟରେ ଗଞ୍ଜାମରୁ ୫୭ଜଣ, ଖୋର୍ଦ୍ଧାରୁ ୨୬ଜଣ, ବଲାଙ୍ଗୀରରୁ ୧୧, ଜଗତସିଂହପୁରରୁ ୮ଜଣ, ସୁନ୍ଦରଗଡରୁ ୪ଜଣ, କେନ୍ଦୁଝରରୁ ୩ଜଣ, କଟକରୁ ୨ଜଣ ସୁସ୍ଥ ହୋଇଥିବା ବେଳେ ବାଲେଶ୍ୱର, ଯାଜପୁର ଓ ନୟାଗଡରୁ ୭ଜଣ ଲେଖାଏଁ ସୁସ୍ଥ ହୋଇଛନ୍ତି | ଏହା ସହ ଭଦ୍ରକ, କେନ୍ଦ୍ରାପଡା ଏବଂ ପୁରୀରୁ ୫ଜଣ ଲେଖାଏଁ ସୁସ୍ଥ ହୋଇଥିବା ବେଳେ ବୌଦ୍ଧ ଓ କୋରାପୁଟରୁ ଜଣେ ଲେଖାଏଁ ସୁସ୍ଥ ହୋଇଛନ୍ତି |

ନୂତନ ସୁସ୍ଥ ସଂଖ୍ୟାକୁ ମିଶାଇଲେ ରାଜ୍ୟରେ ଏବେ ୯୫୯ଟି ସକ୍ରିୟ ମାମଲା ରହିଛି | ଏହା ସହ ମୋଟ ୩୨୫୦ଜଣ କରୋନା ଆକ୍ରାନ୍ତ ରହିଛନ୍ତି | ରାଜ୍ୟରେ ଆଜି ୧୧୦ କରୋନା ଆକ୍ରାନ୍ତ ଚିହ୍ନଟ ହେବ ପରେ ଆକ୍ରାନ୍ତଙ୍କ ସଂଖ୍ୟା ୩୨୫୦ରେ ପହଞ୍ଚିଥିଲା | ଏମାନଙ୍କ ମଧ୍ୟରୁ ୯୭ ଜଣ କ୍ଵାରାଣ୍ଟିନ ସେଣ୍ଟରରେ ଥିବାବେଳେ ୧୩ଟି ସ୍ଥାନୀୟ କେସ ବୋଲି ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା |

ଆଜି ଚିହ୍ନଟ ହୋଇଥିବା ୧୧୦ ଜଣଙ୍କ ମଧ୍ୟରୁ ଜଗତସିଂହପୁରରୁ ସର୍ବାଧିକ ୩୩ ଜଣ, ରାୟଗଡାରୁ ୪ ଜଣ, କଟକରୁ ୨୦ ଜଣ, ଝାରସୁଗୁଡ଼ାରୁ ଜଣେ, ଖୋର୍ଦ୍ଧାରୁ ୧୪ ଜଣ, ନୟାଗଡ଼ରୁ ୪ ଜଣ, ବରଗଡ଼ରୁ ୨ ଜଣ, ଭଦ୍ରକରୁ ଜଣେ, କଳାହାଣ୍ଡିରୁ ୪ ଜଣ, ଗଜପତିରୁ ୧୧ ଜଣ, ପୁରୀରୁ ୭ ଜଣ, ବଲାଙ୍ଗୀରରୁ ଜଣେ, କେନ୍ଦ୍ରାପଡାରୁ ଜଣେ, ମୟୁରଭଞ୍ଜରୁ ୪ ଜଣ, କୋରାପୁଟରୁ ଜଣେ, କେଉଁଝରରୁ ଜଣେ ଓ ବୌଦ୍ଧରୁ ଜଣେ ଚିହ୍ନଟ ହୋଇଥିଲେ |

ସମ୍ବନ୍ଧିତ ଖବର