ଭୁବନେଶ୍ୱର: ରାଜ୍ୟରେ ଆଜି ୧୫୯ ଜଣ କରୋନା ଭାଇରସ୍‌ ମହାମାରୀରୁ ସୁସ୍ଥ ହୋଇଛନ୍ତି। ଏଥିରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୮୬ଜଣ ଅଛନ୍ତି। ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୪ ହଜାର ୯୬୨ରେ ପହଂଚିଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

Advertisment

ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ଆଜି କଟକ ଜିଲ୍ଲାରୁ ୨୦ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି। ସମ୍ବଲପୁରରୁ ୮, ଦେବଗଡ଼ରୁ ୬, ରାୟଗଡ଼ାରୁ ୫, ଯାଜପୁର, କେନ୍ଦ୍ରାପଡ଼ାରୁ ୪ ଜଣ ଲେଖାଏଁ, ଝାରସୁଗୁଡ଼ା, ମୟୂରଭଂଜରୁ ୩-୩, ବାଲେଶ୍ୱର, ବଲାଙ୍ଗୀରରୁ ୨-୨, ଜଗତସିଂହପୁର, ପୁରୀରୁ ଜଣେ ଲେଖାଏଁ ଓ ରାଜ୍ୟପୁଲରୁ ୨୦ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି।

ରାଜ୍ୟରେ ଆଜି ୨୯୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୭୬ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୨୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୩୩ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି।  ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୧୯ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।