ଭୁବନେଶ୍ୱର: ରାଜ୍ୟରେ ଆଜି ୧୬୬ ଜଣ ଆକ୍ରାନ୍ତ କରୋନା ଭାଇରସ୍ ମହାମାରୀରୁ ସୁସ୍ଥ ହୋଇଛନ୍ତି। ଏଥିରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬୩ ଜଣ ଅଛନ୍ତି। ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୨ ହଜାର ୨ରେ ପହଂଚିଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।
ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ଆଜି ମୟୂରଭଂଜ ଜିଲ୍ଲାରୁ ୨୨ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି। ସୁନ୍ଦରଗଡ଼ରୁ ୧୫, କଟକରୁ ୧୧, ଯାଜପୁର, କୋରାପୁଟରୁ ୬-୬, ଅନୁଗୁଳରୁ ୫, ପୁରୀରୁ ୪, ଗଜପତି, ଝାରସୁଗୁଡ଼ାରୁ ୩-୩, ଗଂଜାମ, କନ୍ଧମାଳ, କେନ୍ଦ୍ରାପଡ଼ାରୁ ୨-୨, ବାଲେଶ୍ୱର, ବରଗଡ଼, ଭଦ୍ରକ, କେନ୍ଦୁଝର, ନୟାଗଡ଼, ସୁବର୍ଣ୍ଣପୁରରୁ ଜଣେ ଲେଖାଏଁ ଓ ରାଜ୍ୟପୁଲରୁ ୧୬ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି।
ରାଜ୍ୟରେ ଆଜି ୧୭୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୯୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୭୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୨୬ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୮୪ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।