ଭୁବନେଶ୍ୱର: ଆଜି ପୁଣି ଥରେ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ୨୭ଜିଲ୍ଲାରୁ ୧୭୮୫ଜଣ କରୋନା ଆକ୍ରାନ୍ତ ଆଜି ସୁସ୍ଥ ହୋଇ ଘରକୁ ଫେରିଥିବା ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ ଜରିଆରେ ସୂଚନା ଦିଆଯାଇଛି। ଏହା ଫଳରେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ୩୪୮୦୫ରେ ପହଞ୍ଚିଛି।
Another 1785 #COVID19 patients have recovered and are being discharged on 11.8.2020
404 from Ganjam
263 from Khurdha
126 from Cuttack
126 from Sambalpur
101 from Keonjhar
91 from Malkangiri
84 from Kandhamal
81 from Rayagada
80 from Gajapati
60 from Dhenkanal— H & FW Dept Odisha (@HFWOdisha) August 11, 2020
ଆଜି ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୪୦୪ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରୁ ୨୬୩ଜଣ, କଟକ ଜିଲ୍ଲାରୁ ୧୨୬ଜଣ, ସମ୍ବଲପୁର ଜିଲ୍ଲାରୁ ୧୨୬ଜଣ, କେନ୍ଦୁଝର ଜିଲ୍ଲାରୁ ୧୦୧ଜଣ, ମାଲକାନଗିରି ଜିଲ୍ଲାରୁ ୯୧ଜଣ, କନ୍ଧମାଳ ଜିଲ୍ଲାରୁ ୮୪ଜଣ, ରାୟଗଡ଼ା ଜିଲ୍ଲାରୁ ୮୧ଜଣ, ଗଜପତି ଜିଲ୍ଲାରୁ ୮୦ଜଣ, ଢ଼େଙ୍କାନାଳ ଜିଲ୍ଲାରୁ ୬୦ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୫୦ଜଣ, ଯାଜପୁର ଜିଲ୍ଲାରୁ ୪୯ଜଣ, କଳାହାଣ୍ଡି ଜିଲ୍ଲାରୁ ୪୮ଜଣ, ବାଲେଶ୍ୱର ଜିଲ୍ଲାରୁ ୩୨ଜଣ, ନୟାଗଡ଼ ଜିଲ୍ଲାରୁ ୩୧ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩୦ଜଣ, ଭଦ୍ରକ ଜିଲ୍ଲାରୁ ୨୮ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୪ଜଣ, ପୁରୀ ଜିଲ୍ଲାରୁ ୨୨ଜଣ,ବରଗଡ଼ ଜିଲ୍ଲାରୁ ୧୦ଜଣ, ନୂଆପଡ଼ା ଜିଲ୍ଲାରୁ ୧୦ଜଣ, ନବରଙ୍ଗପୁର ଜିଲ୍ଲାରୁ ୮ଜଣ, ଜଗତସିଂହପୁର ଜିଲ୍ଲା ଓ କରୋପୁଟ ଜିଲ୍ଲାରୁ ଜଣେ ଲେଖାଏଁ କରୋନାରୁ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି।
ଅନ୍ୟପକ୍ଷରେ ଆଜି ରାଜ୍ୟରେ ୧୩୪୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ସଙ୍ଗରୋଧ କେନ୍ଦ୍ରରୁ ୮୩୮ ଓ ସ୍ଥାନୀୟ ଅଞ୍ଚଳରୁ ୫୨୩ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୯ଟି ଜିଲ୍ଲାରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୮,୭୯୬କୁ ବୃଦ୍ଧି ପାଇଛି।