ଭୁବନେଶ୍ୱର: ରାଜ୍ୟରେ ଆଜି ୧୮୧ ଜଣ କରୋନା ଭାଇରସ୍‌ ମହାମାରୀରୁ ସୁସ୍ଥ ହୋଇଛନ୍ତି। ଏଥିରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୮୫ଜଣ ଅଛନ୍ତି। ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୩ ହଜାର ୭୮୨ରେ ପହଞ୍ଚିଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

Advertisment

ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ଆଜି କଟକ ଜିଲ୍ଲାରୁ ୧୯ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି। ସୁନ୍ଦରଗଡ଼ରୁ ୧୪, ଯାଜପୁରରୁ ୯, ସମ୍ବଲପୁରରୁ ୮, ଦେବଗଡ଼ରୁ ୫, ମୟୂରଭଂଜ, ନୟାଗଡ଼ରୁ ୪-୪, ଗଂଜାମ, କଳାହାଣ୍ଡିରୁ ୩-୩, ପୁରୀରୁ ୨, ବାଲେଶ୍ୱର, ଭଦ୍ରକ, ଜଗତସିଂହପୁର, ଝାରସୁଗୁଡ଼ା, କେନ୍ଦ୍ରାପଡ଼ାରୁ ଜଣେ ଲେଖାଏଁ ଓ ରାଜ୍ୟପୁଲରୁ ୨୦ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି।

ରାଜ୍ୟରେ ଆଜି ୧୨୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୭୫ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୪୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୧୭ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬୧ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।