ରାଜ୍ୟରେ ଆଜି କରୋନାରୁ ସୁସ୍ଥ ହେଲେ ୨୦୪, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୮୮

ଭୁବନେଶ୍ୱର: ରାଜ୍ୟରେ ଆଜି ୨୦୪ ଜଣ କରୋନା ଭାଇରସ୍‌ ମହାମାରୀରୁ ସୁସ୍ଥ ହୋଇଛନ୍ତି। ଏଥିରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୮୮ଜଣ ଅଛନ୍ତି। ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୫ ହଜାର ୭୧୮ରେ ପହଞ୍ଚିଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ଆଜି ସମ୍ବଲପୁର ଜିଲ୍ଲାରୁ ୨୩ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି। କଟକ ଜିଲ୍ଲାରୁ ୧୩, ମୟୂରଭଂଜରୁ୮, ଦେବଗଡ଼ରୁ ୭, ବାଲେଶ୍ୱର, ପୁରୀରୁ ୬-୬, ଯାଜପୁର, ସୁନ୍ଦରଗଡ଼ରୁ ୫-୫, ଅନୁଗୁଳ, ଢେଙ୍କାନାଳରୁ ୪-୪, ଭଦ୍ରକ, ନୟାଗଡ଼ରୁ ୩-୩, ଗଂଜାମ, ଜଗତସିଂହପୁର, କେନ୍ଦ୍ରାପଡ଼ାରୁ ୨ ଜଣ ଲେଖାଏଁ, କଳାହାଣ୍ଡି, ନୂଆପଡ଼ା, ସୁବର୍ଣ୍ଣପୁରରୁ ଜଣେ ଲେଖାଏଁ ଓ ରାଜ୍ୟପୁଲରୁ ୨୦ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି।

ରାଜ୍ୟରେ ଆଜି ୧୮୯୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୧୦୬ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୭୯୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୨୫୮ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬୬୯ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ଗତକାଲି  ରାଜ୍ୟରେ ୧୨୧୬ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ।

ସମ୍ବନ୍ଧିତ ଖବର