ଭୁବନେଶ୍ୱର: ରାଜ୍ୟରେ କରୋନାରୁ ଆଜି ୨୦୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଥିରେ ଗଜପତି ଜିଲ୍ଲାରୁ ସର୍ବାଧିକ ୩୯ ଜଣ ଅଛନ୍ତି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୭୫ ହଜାର ୨୨୮ରେ ପହଞ୍ଚିଛି।
ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ଆଜି ୨୭ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି। ସମ୍ବଲପୁରରୁ ୨୩, ଯାଜପୁରରୁ ୧୪, କଟକରୁ ୧୨, ଝାରସୁଗୁଡ଼ା, ମୟୂରଭଂଜରୁ ୧୧-୧୧, ବାଲେଶ୍ୱର, ବରଗଡ଼ରୁ ୯-୯, ଗଂଜାମ, ସୁନ୍ଦରଗଡ଼ରୁ ୮-୮, କେନ୍ଦ୍ରାପଡ଼ା, ସୁବର୍ଣ୍ଣପୁରରୁ ୬-୬, ଭଦ୍ରକରୁ ୪, ବଲାଙ୍ଗୀର, ଦେବଗଡ଼, ଜଗତସିଂହପୁର, କୋରାପୁଟ, ମାଲକାନଗିରି, ନବରଂଗପୁରରୁ ୨ ଜଣ ଲେଖାଏଁ, କଳାହାଣ୍ଡି, କେନ୍ଦୁଝର, ପୁରୀରୁ ଜଣେ ଲେଖାଏଁ ଓ ରାଜ୍ୟ ପୁଲ୍ରୁ ୭ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି। ସୂଚନାଯୋଗ୍ୟ ରାଜ୍ୟରେ ଆଜି ୧୪୫ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2022/03/e35d4b8c-c979-40f8-ba18-21b559df0f9c.jpg)