ରାଜ୍ୟରେ ଆଜି କରୋନାରୁ ସୁସ୍ଥ ହେଲେ ୨୦୯, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯୬

Advertisment
ରାଜ୍ୟରେ ଆଜି କରୋନାରୁ ସୁସ୍ଥ ହେଲେ ୨୦୯, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯୬

ଭୁବନେଶ୍ୱର: ରାଜ୍ୟରେ ଆଜି ୨୦୯ ଜଣ କରୋନା ଭାଇରସ୍‌ ମହାମାରୀରୁ ସୁସ୍ଥ ହୋଇଛନ୍ତି। ଏଥିରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯୬ଜଣ ଅଛନ୍ତି। ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୪ ହଜାର ୮୦୩ରେ ପହଂଚିଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ଆଜି ସମ୍ବଲପୁର ଜିଲ୍ଲାରୁ ୨୦ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି। ସୁନ୍ଦରଗଡ଼ରୁ ୧୧, ରାୟଗଡ଼ାରୁ ୧୦, ଦେବଗଡ଼ରୁ ୯, କଟକରୁ ୮, ଢେଙ୍କାନାଳରୁ ୫, ବାଲେଶ୍ୱର, ନୂଆପଡ଼ା, ପୁରୀରୁ ୪ ଜଣ ଲେଖାଏଁ, ଗଜପତି, ଗଂଜାମ, ଯାଜପୁର, କେନ୍ଦ୍ରାପଡ଼ାରୁ ୩ ଜଣ ଜଣେ ଲେଖାଏଁ, ବରଗଡ଼, ଜଗତସିଂହପୁର, ମୟୂରଭଂଜରୁ ଜଣେ ଲେଖାଏଁ ଓ ରାଜ୍ୟପୁଲରୁ ୨୩ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି।

ରାଜ୍ୟରେ ଆଜି ୨୨୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୩୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୯୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୩୨ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୦୫ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe