ଭୁବନେଶ୍ୱର: ରାଜ୍ୟରେ କରୋନାରୁ ଆଜି ୨୧୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଥିରେ ଅନୁଗୁଳ ଜିଲ୍ଲାରୁ ସର୍ବାଧିକ ୨୫ ଜଣ ଅଛନ୍ତି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୭୫ ହଜାର ୯୮୦ରେ ପହଞ୍ଚିଛି।
ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ଆଜି ସମ୍ବଲପୁର ଜିଲ୍ଲାରୁ ଆଜି ୨୪ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି। ଯାଜପୁରରୁ ୨୧, ଗଜପତିରୁ ୧୮, ଖୋର୍ଦ୍ଧାରୁ ୧୫, ବାଲେଶ୍ୱର, ଝାରସୁଗୁଡ଼ାରୁ ୧୪-୧୪, କେନ୍ଦ୍ରାପଡ଼ାରୁ ୧୩, ରାୟଗଡ଼ାରୁ ୧୨, ସୁନ୍ଦରଗଡ଼ରୁ ୯, କଟକ, ମୟୂରଭଂଜରୁ ୭-୭, ମାଲକାନଗିରୁ, ନବରଂଗପୁରରୁ ୪-୪, ବରଗଡ଼, ଦେବଗଡ଼ରୁ ୩-୩, ବଲାଙ୍ଗୀରରୁ ୨, ଜଗତସିଂହପୁର, କୋରାପୁଟ, ନୟାଗଡ଼, ନୂଆପଡ଼ାରୁ ଜଣେ ଲେଖାଏଁ ଓ ରାଜ୍ୟ ପୁଲ୍ରୁ ୨ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି। ସୂଚନାଯୋଗ୍ୟ ରାଜ୍ୟରେ ଆଜି ୧୦୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ।