ରାଜ୍ୟରେ ଆଜି କରୋନାରୁ ସୁସ୍ଥ ହେଲେ ୨୨୧୬, ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୪୭୯

ରାଜ୍ୟରେ ଆଜି କରୋନାରୁ ସୁସ୍ଥ ହେଲେ ୨୨୧୬, ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୪୭୯

ଭୁବନେଶ୍ୱର: ରାଜ୍ୟରେ ଆଜି ୨୨୧୬ ଜଣ କରୋନା ଭାଇରସ୍‌ ମହାମାରୀରୁ ସୁସ୍ଥ ହୋଇଛନ୍ତି। ଏଥିରେ ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୪୭୯ଜଣ ଅଛନ୍ତି। ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୫୨ ହଜାର ୩୯୫ରେ ପହଞ୍ଚିଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ୪୨୬ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି। କଟକରୁ ୩୧୧, ସମ୍ବଲପୁରରୁ ୧୭୯, ଝାରସୁଗୁଡ଼ାରୁ ୧୫୬, ମୟୂରଭଂଜରୁ ୮୦, ସୁବର୍ଣ୍ଣପୁରରୁ ୫୬, ଯାଜପୁରରୁ ୪୭, ପୁରୀରୁ ୪୪, ଦେବଗଡ଼ରୁ ୩୭, ଅନୁଗୁଳ, ବଲେଶ୍ୱରରୁ ୩୪ ଜଣ ଲେଖାଏଁ ଓ ଢେଙ୍କାନାଳରୁ ୨୮ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି।

ସେହିପରି ଜଗତସିଂହପୁର, ନବରଂଗପୁରରୁ ୨୪ ଜଣ ଲେଖାଏଁ, ରାୟଗଡ଼ାରୁ ୨୧, କନ୍ଧମାଳରୁ ୧୭, ଗଂଜାମ, ନୟାଗଡ଼ରୁ ୧୫-୧୫, ବରଗଡ଼, ବଲାଙ୍ଗୀରରୁ ୧୪-୧୪, କେନ୍ଦ୍ରାପଡ଼ାରୁ ୯, ଗଜପତିରୁ ୮, ଭଦ୍ରକରୁ ୬, କଳାହାଣ୍ଡିରୁ ୪ ଓ ରାଜ୍ୟପୁଲରୁ ୧୦୧ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି।

ରାଜ୍ୟରେ ଆଜି ୧୦,୨୭୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୫୯୬୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୪୩୧୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୦୬୫ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ କିଶୋର ଥିବା ଜଣାଯାଇଛି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୪୯୬ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe