ଭୁବନେଶ୍ୱର: ରାଜ୍ୟରେ ଆଜି ୨୩୩ ଜଣ ଆକ୍ରାନ୍ତ କରୋନା ଭାଇରସ୍ ମହାମାରୀରୁ ସୁସ୍ଥ ହୋଇଛନ୍ତି। ଏଥିରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୨୭ଜଣ ଅଛନ୍ତି। ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୯ ହଜାର ୨୦୪ରେ ପହଂଚିଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।
ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ଆଜି କଟକ ଜିଲ୍ଲାରୁ ୧୩ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି। ମୟୂରଭଂଜରୁ ୧୨, ଯାଜପୁରରୁ ୧୦, ଝାରସୁଗୁଡ଼ାରୁ ୮, ଭଦ୍ରକରୁ ୭, ସୁନ୍ଦରଗଡ଼ରୁ ୬, ଗଂଜାମରୁ ୫, ଢେଙ୍କାନାଳରୁ ୪, ଅନୁଗୁଳ, ବାଲେଶ୍ୱର, କେନ୍ଦ୍ରାପଡ଼ାରୁ ୩-୩, ରାୟଗଡ଼ାରୁ ୨, ବରଗଡ଼, ଜଗତସିଂହପୁର, ସୁବର୍ଣ୍ଣପୁରରୁ ଜଣେ ଲେଖାଏଁ ଓ ରାଜ୍ୟପୁଲରୁ ୨୭ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି।