ରାଜ୍ୟରେ ଆଜି କରୋନାରୁ ସୁସ୍ଥ ହେଲେ ୨୪୫ ଆକ୍ରାନ୍ତ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୧୮

Advertisment
ରାଜ୍ୟରେ ଆଜି କରୋନାରୁ ସୁସ୍ଥ ହେଲେ ୨୪୫ ଆକ୍ରାନ୍ତ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୧୮

ଭୁବନେଶ୍ୱର: ରାଜ୍ୟରେ କରୋନା ଭାଇରସ୍‌ ମହାମାରୀ ଦୁର୍ବଳ ହେବାରେ ଲାଗିଛି। ଦୈନିକ ଆକ୍ରାନ୍ତଙ୍କ ତୁଳନାରେ ସୁସ୍ଥଙ୍କ ସଂଖ୍ୟା ବଢ଼ିଛି। ଆଜି ରାଜ୍ୟରେ ୨୪୫ ଜଣ ଆକ୍ରାନ୍ତ କରୋନା ଭାଇରସ୍‌ ମହାମାରୀରୁ ସୁସ୍ଥ ହୋଇଛନ୍ତି। ଏଥିରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୧୮ ଜଣ ଅଛନ୍ତି। ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୬ ହଜାର ୭୪୬ରେ ପହଂଚିଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ଆଜି କଟକ ଜିଲ୍ଲାରୁ ୨୨ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି। ସମ୍ବଲପୁରରୁ ୧୮, ଭଦ୍ରକ, ଯାଜପୁର, ସୁନ୍ଦରଗଡ଼ରୁ ୮ ଜଣ ଲେଖାଏଁ, ବାଲେଶ୍ୱରରୁ ୬, ମୟୂରଭଂଜରୁ ୫, କେନ୍ଦ୍ରାପଡ଼ାରୁ ୪, ଢେଙ୍କାନାଳ, ଜଗତସିଂହପୁର, କେନ୍ଦୁଝରରୁ ୩ ଜଣ ଲେଖାଏଁ ଦେବଗଡ଼, ଗଂଜାମ, ଝାରସୁଗୁଡ଼ାରୁ ୨-୨ ଲେଖାଏଁ, ଅନୁଗୁଳ, ବରଗଡ଼, କଳାହାଣ୍ଡି, କୋରାପୁଟ, ମାଲକାନଗିରି, ନୟାଗଡ଼, ପୁରୀ ଜଣେ ଓ ରାଜ୍ୟପୁଲରୁ ୨୬ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe