ଭୁବନେଶ୍ବର: ରାଜ୍ୟରୁ ଆଜି ୨୫୦ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟୁଇଟ କରି ସୂଚନା ଦେଇଛି। ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

Advertisment

୨୫୦ସୁସ୍ଥ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ସୁନ୍ଦରଗଡ଼ ଜିଲ୍ଲାରୁ ୪୦ଜଣ, କଟକରୁ ୨୪ଜଣ, ସମ୍ବଲପୁରରୁ ୨୧ଜଣ, ଅନୁଗୁଳରୁ ୧୮ଜଣ, ବରଗଡ଼ରୁ ୧୮ଜଣ, ଝାରସୁଗୁଡ଼ାରୁ ୧୮ଜଣ, ବଲାଙ୍ଗୀରରୁ ୧୬ଜଣ, ପୁରୀରୁ ୧୨ଜଣ, ଖୋର୍ଧାରୁ ୧୦ଜଣ, ଯାଜପୁରରୁ ୯ଜଣ, କେନ୍ଦୁଝରରୁ ୮ଜଣ, ମୟୂରଭଞ୍ଜରୁ ୮ଜଣ ଲେଖାଏଁ କରୋନା ଆକ୍ରାନ୍ତ ଆଜି ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ରାୟଗଡ଼ା ଜିଲ୍ଲାରୁ ୮ଜଣ, ଗଜପତି ଜିଲ୍ଲାରୁ ୭ଜଣ, ଭଦ୍ରକ ଜିଲ୍ଲାରୁ ୬ଜଣ, କୋରାପୁଟ ଜିଲ୍ଲାରୁ ୬ଜଣ, ନୂଆପଡ଼ା ଜିଲ୍ଲାରୁ ୫ଜଣ, କଳାହାଣ୍ଡି ଜିଲ୍ଲାରୁ ୩ଜଣ, ସୁବର୍ଣ୍ଣପୁର ଜିଲ୍ଲାରୁ ୩ଜଣ,ବାଲେଶ୍ବର ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, ଦେବଗଡ଼ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ଜଣେ ଓ ଷ୍ଟେଟପୁଲରୁ ୨ଜଣ ଲେଖାଏଁ କରୋନା ଆକ୍ରାନ୍ତ ଆଜି ସୁସ୍ଥ ହୋଇଛନ୍ତି।