ରାଜ୍ୟରେ ଆଜି କରୋନାରୁ ସୁସ୍ଥ ହେଲେ ୨୬୦, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୮୫

ଭୁବନେଶ୍ୱର: ରାଜ୍ୟରେ ଆଜି ୨୬୦ ଜଣ କରୋନା ଭାଇରସ୍‌ ମହାମାରୀରୁ ସୁସ୍ଥ ହୋଇଛନ୍ତି। ଏଥିରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୮୫ଜଣ ଅଛନ୍ତି। ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୬ ହଜାର ୨୩୧ରେ ପହଞ୍ଚିଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ଆଜି କଟକ ଜିଲ୍ଲାରୁ ୪୩ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି। ସୁନ୍ଦରଗଡ଼ ଜିଲ୍ଲାରୁ ୩୮, ଝାରସୁଗୁଡ଼ାରୁ ୧୪, ସମ୍ବଲପୁରରୁ୩,ବାଲେଶ୍ୱରରୁ ୮, ଢେଙ୍କାନାଳରୁ ୬, ଗଜପତି, ପୁରୀରୁ ୫-୫, ଯାଜପୁର, କେନ୍ଦ୍ରାପଡ଼ାରୁ ୪-୪, ଗଂଜାମ, କେନ୍ଦ୍ରାପଡ଼ା, ପୁରୀରୁ ୩ ଜଣ ଲେଖାଏଁ, ବଲାଙ୍ଗୀର, କେରାପୁଟରୁ ୨-୨, ଭଦ୍ରକ, ନବରଂଗପୁର, ସୁବର୍ଣ୍ଣପୁର ଜଣେ ଲେଖାଏଁ ଓ ରାଜ୍ୟପୁଲରୁ ୨୧ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି।

ରାଜ୍ୟରେ ଆଜି ୩୬୭୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୧୪୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୧୫୩୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୩୮୪ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୨୨୩ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ସମ୍ବନ୍ଧିତ ଖବର