ରାଜ୍ୟରେ ଆଜି କରୋନାରୁ ସୁସ୍ଥ ହେଲେ ୨୫୩, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯୦

ଭୁବନେଶ୍ୱର: ରାଜ୍ୟରେ ଆଜି ୨୫୩ ଜଣ କରୋନା ଭାଇରସ୍‌ ମହାମାରୀରୁ ସୁସ୍ଥ ହୋଇଛନ୍ତି। ଏଥିରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯୦ଜଣ ଅଛନ୍ତି। ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୫ ହଜାର ୯୭୧ରେ ପହଞ୍ଚିଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ଆଜି ସୁନ୍ଦରଗଡ଼ ଜିଲ୍ଲାରୁ ୫୮ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି। କଟକ ଜିଲ୍ଲାରୁ ୧୭, ଝାରସୁଗୁଡ଼ାରୁ ୧୩, ବାଲେଶ୍ୱର, ଦେବଗଡ଼, ଯାଜପୁର, ମୟୂରଭଂଜ, ସମ୍ବଲପୁରରୁ ୬ ଜଣ ଲେଖାଏଁ, ଜଗତସିଂହପୁର, ନୂଆପଡ଼ା, ଗଂଜାମ, କେନ୍ଦ୍ରାପଡ଼ା, ପୁରୀରୁ ୩-୩ ଜଣ, ବଲାଙ୍ଗୀର, କୋରାପୁଟରୁ ୨-୨, ଭଦ୍ରକ, ନବରଂଗପୁର, ସୁବର୍ଣ୍ଣପୁରରୁ ଜଣେ ଲେଖାଏଁ ଓ ରାଜ୍ୟପୁଲରୁ ୨୧ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି।

ରାଜ୍ୟରେ ଆଜି ୨୭୦୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୫୭୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୧୨୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୪୦୯ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯୨୬ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ସମ୍ବନ୍ଧିତ ଖବର