ଭୁବନେଶ୍ୱର: ରାଜ୍ୟରେ ଆଜି କରୋନା ଭାଇରସ୍ ମହାମାରୀରୁ ୩୩୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଥିରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୫୯ ଜଣ ଅଛନ୍ତି। ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୭ ହଜାର ୧୦୮ରେ ପହଂଚିଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।
ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ କଟକ ଜିଲ୍ଲାରୁ ୩୯ ଜଣ ଆଜି କରୋନାରୁ ସୁସ୍ଥ ହୋଇଛନ୍ତି। ସମ୍ବଲପୁରରୁ ୧୬, ମୟୂରଭଂଜରୁ ୧୫, ବାଲେଶ୍ୱରରୁ ୧୪, ପୁରୀରୁ ୧୨, ଯାଜପୁରରୁ ୯, ବରଗଡ଼ରୁ ୬, ଭଦ୍ରକ, ଜଗତସିଂହପୁରରୁ ୫-୫, ଅନୁଗୁଳ ଓ କେନ୍ଦ୍ରାପଡ଼ାରୁ ୪ ଜଣ ଲେଖାଏଁ କରୋନାରୁ ସୁସ୍ଥ ହୋଇଛନ୍ତି।
ସେହିପରି କୋରାପୁଟରୁ ୩, ଦେବଗଡ଼, ଗଂଜାମ, ସୁନ୍ଦରଗଡ଼ରୁ ୨-୨ ଜଣ, ଗଜପତିରୁ ଜଣେ ଓ ରାଜ୍ୟପୁଲରୁ ୩୬ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2021/10/Corona-Recovered-From-Odisha-on-27th-October_Thumbnail.jpg)