ରାଜ୍ୟରେ ଆଜି କରୋନାରୁ ସୁସ୍ଥ ହେଲେ ୩୫୪ ଆକ୍ରାନ୍ତ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୦୭

ଭୁବନେଶ୍ୱର: ରାଜ୍ୟରେ ଆଜି ୩୫୪ ଜଣ ଆକ୍ରାନ୍ତ କରୋନା ଭାଇରସ୍‌ ମହାମାରୀରୁ ସୁସ୍ଥ ହୋଇଛନ୍ତି। ଏଥିରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୦୭ ଜଣ ଅଛନ୍ତି। ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୫ ହଜାର ୯୬୭ରେ ପହଂଚିଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ଆଜି କଟକ ଜିଲ୍ଲାରୁ ୪୨ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି। ଯାଜପୁରରୁ ୧୦, ଦେବଗଡ଼, ପୁରୀରୁ ୭ ଜଣ ଲେଖାଏଁ, ଜଗତସିଂହପୁର, ସମ୍ବଲପୁର, ସୁନ୍ଦରଗଡ଼ରୁ ୬-୬, ମୟୂରଭଂଜ, ନବରଂଗପୁରରୁ ୫-୫, ବାଲେଶ୍ୱରରୁ ୪, ବରଗଡ଼, କେନ୍ଦ୍ରାପଡ଼ାରୁ ୨-୨, ଭଦ୍ରକ, ଝାରସୁଗୁଡ଼ା, ସୁବର୍ଣ୍ଣପୁରରୁ ଜଣେ ଲେଖାଏଁ ଓ ରାଜ୍ୟପୁଲରୁ ୪୨ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି।

ସମ୍ବନ୍ଧିତ ଖବର